Posted inଜାତୀୟ

ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍‌ଏସ୍‌ଏସ୍‌ ସରକାରରେ ଭାରତର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏକ ପ୍ରତୀକବାଦକୁ ହ୍ରାସ ପାଇଥିବା ଖାର୍ଗେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ୨୮ ତାରିଖରେ ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନ କରିବେ। ଏହି ଉତ୍ସବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କିମ୍ବା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆମନ୍ତ୍ରଣ କରାଯାଇ ନାହିଁ। ପାର୍ଲାମେଣ୍ଟ ଭବନ ଶିଳାନ୍ୟାସ ଉତ୍ସବକୁ ମଧ୍ୟ ରାମନାଥଙ୍କୁ ଆମନ୍ତ୍ରଣ କରାଯାଇ ନ ଥିଲା। ପାର୍ଲାମେଣ୍ଟ ଦେଶର ସର୍ବୋଚ୍ଚ ବ୍ୟବସ୍ଥାପିକା ସଂସ୍ଥା ହୋଇଥିବାବେଳେ ରାଷ୍ଟ୍ରପତି ସର୍ବୋଚ୍ଚ ସାମ୍ବିଧାନିକ କର୍ତ୍ତୃପକ୍ଷ। ସେ ସରକାର, ବିରୋଧୀ ଏବଂ ପ୍ରତ୍ୟେକ ନାଗରିକଙ୍କର ପ୍ରତିନିଧିତ୍ୱ କରୁଛନ୍ତି। ତାଙ୍କ ଦ୍ୱାରା ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନ କରାଗଲେ ସରକାରଙ୍କ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ସାମ୍ବିଧାନିକ ଔଚିତ୍ୟ ପ୍ରତିଶ୍ରୁତି ପ୍ରତିଫଳିତ ହେବ ବୋଲି ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri