Posted inଜାତୀୟ

ରାମ ନବମୀରେ ପଥରମାଡ କରିଥିବା ଅଭିଯୁକ୍ତଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୧୧।୪: ପବିତ୍ର ରାମ ନବମୀ ଅବସରରେ ମଧ୍ୟପ୍ରଦେଶର ଖରଗୋନରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ସୋମବାର କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମଧ୍ୟପ୍ରଦେଶ ସରକାର। ହିଂସା ଘଟାଇଥିବା ଅଭିଯୁକ୍ତଙ୍କ ଘର ବୁଲଡୋଜର ସହାୟତାରେ ଭାଙ୍ଗି ଦିଆଯାଇଛି। ବ୍ୟାପକ ପୋଲିସ ଫୋର୍ସର ଉପସ୍ଥିତିରେ ଏହି କାର୍ଯ୍ୟ ଶେଷ ହୋଇଛି।
ସୂଚନାଯୋଗ୍ୟ, ଏପ୍ରିଲ ୧୦ ତାରିଖ ରାମ ନବମୀ ଅବସରରେ ଖରଗୋନରେ ଶୋଭାଯାତ୍ରା ବାହାରିଥିଲା। ଏହି ଯାତ୍ରା ବେଳେ କିଛି ଲୋକେ ପଥରମାଡ କରିଥିଲେ। ଏହାପରେ ପୂରା ଅଞ୍ଚଳରେ ହିଂସା କାଣ୍ଡ ଆରମ୍ଭ ହୋଇଥିଲା। ଏହି ହିଂସା ବେଳେ କିଛି ଲୋକେ ପେଟ୍ରୋଲ ବୋମା ମଧ୍ୟ ଫିଙ୍ଗିଥିଲେ। ଏହି ପୂରା ମାମଲାରେ ସାଧାରଣ ନାଗରିକଙ୍କ ସମେତ ୧୦ ପୋଲିସ କର୍ମଚାରୀ ଆହତ ହୋଇଥିଲେ। ସୋମବାର ଏହି ସଂଘର୍ଷ ଘଟାଇଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ସହ ସେମାନଙ୍କ ଘର ଭାଙ୍ଗିବା ଆରମ୍ଭ କରିଛନ୍ତି ସରକାର। ପୂର୍ବରୁ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri