ଖରିଫ୍‌ ଧାନକିଣା ପଞ୍ଜୀକରଣ ଆରମ୍ଭ

ଭଦ୍ରକ,୨୧।୭(ସନାତନ ରାଉତ): ଭଦ୍ରକ ଜିଲାରେ ୨୦୨୩-୨୪ ଖରିଫ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଗତ ୧୫ ତାରିଖରୁ ଆରମ୍ଭ ହୋଇଛି। ଆସନ୍ତା ଅଗଷ୍ଟ ୧୬ ପଞ୍ଜୀକରଣର ଶେଷ ତାରିଖ ରଖାଯାଇଛି। ଜିଲାରେ ୯୭ଟି ପାକ୍ସ ଓ ୫୪ ମହିଳା ଗୋଷ୍ଠୀ ଜରିଆରେ ପଞ୍ଜୀକରଣ କରାଯାଉଛି। ଚାଷୀଙ୍କ ଦ୍ୱାରା ଦାଖଲ ଫର୍ମଗୁଡ଼ିକ ଭେରିଫିକେଶନ ପରେ ସେପ୍ଟେମ୍ବର ୩୦ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଚଳିତବର୍ଷ ସରକାରଙ୍କ ପକ୍ଷରୁ ୩ ପର୍ଯ୍ୟାୟରେ ଚାଷ ଜମିର ସାଟେଲାଇଟ ସର୍ବେକ୍ଷଣ କରାଯିବ। ତଳିପକା ଓ ତଳିରୁଆ ସମୟରେ ପ୍ରଥମ, ଧାନ ପାଚିବା ସମୟରେ ଦ୍ୱିତୀୟ ଓ ଅମଳ ସମୟରେ ତୃତୀୟ ସର୍ବେକ୍ଷଣ କରାଯିବ ବୋଲି ଜିଲା ଯୋଗାଣ ଅଧିକାରୀ ଲିଙ୍ଗରାଜ ବେହେରା ସୂଚନା ଦେଇଛନ୍ତି।

ପଞ୍ଜୀକରଣକୁ ତ୍ରୁଟିଶୂନ୍ୟ କରିବା ପାଇଁ ପ୍ରକୃତ ଚାଷ ହୋଇଥିବା ଜମି, ନିର୍ଭୁଲ ପରିଚୟପତ୍ର, ବ୍ୟାଙ୍କ ପାଶ୍‌ବୁକ, ଜମି ରେକର୍ଡ ଦାଖଲ କରିବାକୁ କୁହାଯାଇଛି। ପ୍ରକାଶଯୋଗ୍ୟ, ଗତବର୍ଷ ଜିଲାରେ ୮୦ ହଜାର ଚାଷୀ ପଞ୍ଜୀକରଣ କରିଥିବା ବେଳେ ବହୁ ପ୍ଲଟ୍‌ର ଜାଲ ପଞ୍ଜୀକରଣ ହୋଇଥିଲା। ସର୍ବେକ୍ଷଣ କରାଯାଇ ଜାଲ ପ୍ଲଟ୍‌କୁ ରଦ୍ଦ କରିବା ପରେ ୬୦ ହଜାରକୁ ଖସି ଆସିଥିଲା। ଜିଲାର ୭ ବ୍ଲକ ଅଧୀନ ୧,୩୭୪ ଗ୍ରାମର ମୋଟ ୧୩ ଲକ୍ଷ ୩୩ ହଜାର ୪୭୩ ପ୍ଲଟରେ ଏହି ସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri