ଡିସେମ୍ବର ୩ରୁ ଖରିଫ ଧାନ କ୍ରୟ ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ

ନୂଆପଡ଼ା,୨୫ା୧୧ (ମକାରୁ ବେମାଲ): ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ନୂଆପଡା ବିଧାୟକ ଜୟ ଢୋଲକିଆ, ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ସାଂସଦଙ୍କ ପ୍ରତିନିଧି ପ୍ରେମ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁଜୁର, ଉପ ଜିଲାପାଳ ସୁର୍ମି ସୋରେନ, ଅତିରିକ୍ତ ଜିଲା ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଣଜିତ ନାୟକ, ଡିଆର୍‌ସିଏସ୍‌ ଶିବ ପ୍ରସାଦ ସ୍ବାଇଁ, ଜିଲା ଯୋଗାଣ ଅଧିକାରୀ ତ୍ରିନାଥ ଭୋଇ, ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନାୟକ, ସମସ୍ତ ବିଡ଼ିଓ, ତହସିଲଦାର, ଆର୍‌ଏମ୍‌ସି ସମ୍ପାଦକ, ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଯୋଗଦାନ କରିଥିଲେ। ଆଲୋଚନା ପରେ ଡିସେମ୍ବର ୩ରୁ ଜିଲାରେ ପ୍ରଥମ ଧାନ କିଣା ଆରମ୍ଭ ହେବ ବୋଲି ସ୍ଥିର ହୋଇଥିଲା। ଚାଷୀମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହେବେ, କଟ୍‌ନିଛଟ୍‌ନି ନ ହେବ ସେଥିପାଇଁ ପ୍ରଶାସନ ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଧାୟକ ମତ ରଖିଥିଲେ। ଜିଲା ଯୋଗାଣ ଅଧିକାରୀ ତ୍ରିନାଥ ଭୋଇ ବିବରଣୀ ପାଠ କରିଥିଲେ। ଏଥର ଜିଲାରେ ୫୧ ହଜାର ୩୪୧ ଜଣ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକରଣ କରିଛନ୍ତି। ୬୮ ପ୍ରାଥମିକ କୃଷି ସମବାୟ କେନ୍ଦ୍ର ଓ ୧୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରଥମ ପର୍ଯ୍ୟାୟରେ ୧୩ ଲକ୍ଷ ୭୪ ହଜାର କୁଇଣ୍ଟାଲ ଧାନ କିଣାଯିବା ଲକ୍ଷ୍ୟ ରଖାଯାଇଛି। ଗତବର୍ଷ ଖରିଫ ଋତୁରେ ୨୩ ଲକ୍ଷ ୨ ହଜାର ୩୯୭ କୁଇଣ୍ଟାଲ ଧାନ କ୍ରୟ ହୋଇଥିଲା। ଏଥର କୁଇଣ୍ଟାଲ ପ୍ରତି ସହାୟକ ମୂଲ୍ୟ ୨୩୬୯ ଟଙ୍କା ଥିବାବେଳେ ୮୦୦ ଟଙ୍କା ରାଜ୍ୟ ସରକାରଙ୍କ ଦ୍ୱାରା ବୋନସ ପ୍ରଦାନ କରାଯିବ। ଜିଲାପାଳ ଉଭୟ କୃଷକ ପ୍ରତିନିଧି ଓ ମିଲର୍‌ ପ୍ରତିନିଧିଙ୍କ ଅଭିଯୋଗ ଶୁଣି ଏହାର ସମାଧାନର ରାସ୍ତା ବାହାର କରାଯିବ ବୋଲି ଆଶ୍ୱାସନା ଦେଇଥିଲେ। ସୂଚାରୁରୂପେ ଖରିଫ ଧାନ ସଂଗ୍ରହ ପାଇଁ ଜିଲାପାଳ ସମସ୍ତ ଚାଷୀ, ମିଲର ଓ ଅଧିକାରୀଙ୍କ ସହଯୋଗ କାମନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri