Posted inରାଜ୍ୟ

ଜାନୁୟାରୀ ପହିଲାରୁ ଆରମ୍ଭ ହେବ ଖରିଫ୍‍ ମାଣ୍ଡିଆ ସଂଗ୍ରହ; ଚଳିତ ମାସ ୩୧ରେ ଶେଷ ହେବ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର,୧୨।୧୨: ୨୦୨୩-୨୪ ଖରିଫ୍‍ ମାଣ୍ଡିଆ ସଂଗ୍ରହ ଆସନ୍ତା ଜାନୁୟାରୀ ପହିଲାରୁ ଆରମ୍ଭ
ହେବ । ଏହି ପ୍ରକ୍ରିୟା ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ରାଜ୍ୟର ସମସ୍ତ ମାଣ୍ଡିଆ ଚାଷୀ ସରକାରୀ ଅନୁମୋଦିତ ସଂଗ୍ରହକାରୀ ସଂସ୍ଥାକୃଷକ ସଂଗଠନ, ପାର୍ଟସ୍‍, ଲାମ୍ପସ୍‍, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଆସନ୍ତା ୩୧ ତାରିଖ ମଧ୍ୟରେ ପଞ୍ଜୀକରଣ କରିବାକୁ ଓଡ଼ିଶା ମିଲେଟ୍‍ ମିଶନ ପକ୍ଷରୁ ଅନୁରୋଧ କରାଯାଇଛି ।

ଅଧିକରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ମାଣ୍ଡିଆ ସଂଗ୍ରହ ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଭାଗଚାଷୀମାନେ ମଧ୍ୟ ପଞ୍ଜୀକରଣ ପ୍ରକ୍ରିୟାରେ ନିୟମ ଅନୁସାରେ ଅଂଶଗ୍ରହଣ କରିପାରିବେ । ମାଣ୍ଡିଆ ବିକ୍ରୟ ପାଇଁ ଇଚ୍ଛୁକ ଥିବା ନୂତନ ଚାଷୀମାନେ ପଞ୍ଜୀକରଣ ଫର୍ମରେ ଥିବା ସମସ୍ତ ତଥ୍ୟକୁ ଆସନ୍ତା ୩୧ ତାରିଖ ମଧ୍ୟରେ ଲଗ୍‍ଇନ୍‍ ୱେବ୍‍ସାଇଟ୍‍
www.tdccorissa.org ରେ ଡିଜିଟାଇଜ୍‍ କରିବା ସହ ପଞ୍ଜୀକୃତ ଫର୍ମ ନିର୍ଭୁଲ ବୋଲି ସୁନିଶ୍ଚିତ କରାଇବାକୁ କୁହାଯାଇଛି ।

ଅଣଚାଷୀ କିମ୍ବା ଭୁଲ ତଥ୍ୟ ପ୍ରଦାନ କରିଥିବା ଚାଷୀଙ୍କୁ ପଞ୍ଜୀକୃତ କରାଯିବ ନାହିଁ । ୨୦୨୩-୨୪ ଖରିଫ୍‍ ଋତୁ ପାଇଁ ମାଣ୍ଡିଆର ସର୍ବନିମ୍ନ ସହାୟକ ମୂଲ୍ୟ ୩ ହଜାର ୮୪୬ ଟଙ୍କା ଧାର୍ଯ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri