୧୫ରୁ ଜିଲାରେ ଖରିଫ ଧାନ ସଂଗ୍ରହ, ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାଲେଶ୍ୱର ଅଫିସ, ୯।୧୨: ଖରିଫ ଋତୁ ୨୦୨୧-୨୨ପାଇଁ ଆସନ୍ତା ଡିସେମ୍ବର ୧୫ରୁ ବାଲେଶ୍ୱର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଏଥିଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଚାଷୀମାନଙ୍କ ସହାୟତା ପାଇଁ ଜିଲା ସଦର ମହକୁମାରେ ଏକ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ ( ୦୬୭୮୨-୨୬୫୭୪୧) ଖୋଲାଯାଇଛି। ଜିଲା ଯୋଗାଣ ବିଭାଗ ପକ୍ଷରୁ ଖୋଲାଯାଇଥିବା ଏହି କଣ୍ଟ୍ରୋଲ୍‌ ରୁମ୍‌ ପରିଚାଳନା ପାଇଁ ୩ଜଣ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଧାନ ବିକ୍ରିରେ କୌଣସି ସମସ୍ୟା ଦେଖାଦେଲେ ଚାଷୀମାନେ ଉକ୍ତ ନମ୍ବରରେ ନିଜ ଅଭିଯୋଗ ସମ୍ପର୍କରେ ଜଣାଇପାରିବେ। ସେଠାରେ ଥିବା ସ୍ବତନ୍ତ୍ର ରେଜିଷ୍ଟରରେ ସେମାନଙ୍କ ଅଭିଯୋଗ ଲିପିବଦ୍ଧ କରାଯିବା ସହିତ ତାହାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯିବ।
ମୁଖ୍ୟତଃ ଧାର୍ଯ୍ୟ ଦରଠାରୁ କମ୍‌ ଦରରେ ଧାନ ବିକ୍ରି ପାଇଁ ବାଧ୍ୟ ହେବା, ପ୍ରାପ୍ୟ ଅର୍ଥ ମିଳିବାରେ ବିଳମ୍ବ ହେବା କିମ୍ବା ଅନ୍ୟ କୌଣସି ସମସ୍ୟା ଦେଖାଦେଲେ ଚାଷୀମାନେ ଏ ସମ୍ପର୍କରେ କଣ୍ଟ୍ରୋଲ ରୁମ୍‌ ମାଧ୍ୟମରେ ଜଣାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଧାନ କ୍ରୟ ଏବଂ ମିଲରମାନଙ୍କ ଦ୍ୱାରା ଧାନ ଉଠାଣ ସମ୍ପର୍କରେ ପ୍ରତିଦିନ ତଦାରଖ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri