ଖରିଫ ଧାନ କିଣା ଆରମ୍ଭ : ଶୁଭାରମ୍ଭ କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୫।୧୧: ବଲାଙ୍ଗୀର ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଶୁକ୍ରବାରଠାରୁ ଖରିଫ ଧାନ କିଣା ଆରମ୍ଭ ହୋଇଛି। ଜିଲା ସ୍ତରୀୟ ଧାନକ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଚଞ୍ଚଳ ରାଣା ପାଟଣାଗଡ଼ ଉପଖଣ୍ଡ ଅନ୍ତର୍ଗତ ଖପ୍ରାଖୋଲ ପେକ୍ସରେ ଏହାର ଶୁଭାରମ୍ଭ କରିଛନ୍ତି ।
ଜିଲାରେ ଚଳିତ ନଭେମ୍ବର ମାସ ୨୫ ତାରିଖରୁ ୧୫୮ ଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ଓ ୧୬ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ କରାଯିବ । ଚଳିତ ଖରିଫରେ ଧାନର ସାଧାରଣ ଏଫଏକ୍ୟୁ ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଠାଲ ପ୍ରତି ୨୦୪୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ ଏ, ଏଫଏକ୍ୟୁଧାନର ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ ହୋଇଛି। ଖପ୍ରାଖୋଲ ପେକ୍ସରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମରେ ପାଟଣାଗଡ଼ ଉପ ଜିଲାପାଳ ବିଜୟାନନ୍ଦ ସେଠୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ, ସମବାୟ ସମିତି ଉପନିବନ୍ଧକ ଦମୟନ୍ତୀ ସିଂଙ୍କ ସହ ବହୁ ଚାଷୀ ଉପସ୍ଥିତ ଥିଲେ।
ସେହିପରି ବଲାଙ୍ଗୀର ଉପଖଣ୍ଡ ଅନ୍ତର୍ଗତ ମହିମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି(ପେକ୍ସ)ରେ ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ ଧାନ କିଣାର ଶୁଭାରମ୍ଭ କରିଛନ୍ତି । ମହିମୁଣ୍ଡାଠାରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମରେ ବଲାଙ୍ଗୀର ଉପଜିଲାପାଳ କୁମାର ନାଗଭୂଷଙ୍କ ସମେତ ସମବାୟ, ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ)ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀ ଉପସ୍ଥିତ ଥିଲେ । ଚଳିତ ଖରିଫ ବର୍ଷ ପାଇଁ ଜିଲାରେ ୭୪୪୫୦ ଚାଷୀ ପେକ୍ସ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri