ଖରିଫ ଧାନ କିଣା ଆରମ୍ଭ : ଶୁଭାରମ୍ଭ କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୫।୧୧: ବଲାଙ୍ଗୀର ଜିଲାରେ ୨୦୨୨-୨୩ ବର୍ଷ ପାଇଁ ଶୁକ୍ରବାରଠାରୁ ଖରିଫ ଧାନ କିଣା ଆରମ୍ଭ ହୋଇଛି। ଜିଲା ସ୍ତରୀୟ ଧାନକ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଚଞ୍ଚଳ ରାଣା ପାଟଣାଗଡ଼ ଉପଖଣ୍ଡ ଅନ୍ତର୍ଗତ ଖପ୍ରାଖୋଲ ପେକ୍ସରେ ଏହାର ଶୁଭାରମ୍ଭ କରିଛନ୍ତି ।
ଜିଲାରେ ଚଳିତ ନଭେମ୍ବର ମାସ ୨୫ ତାରିଖରୁ ୧୫୮ ଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ ) ଓ ୧୬ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ କରାଯିବ । ଚଳିତ ଖରିଫରେ ଧାନର ସାଧାରଣ ଏଫଏକ୍ୟୁ ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଠାଲ ପ୍ରତି ୨୦୪୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ ଏ, ଏଫଏକ୍ୟୁଧାନର ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ ହୋଇଛି। ଖପ୍ରାଖୋଲ ପେକ୍ସରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମରେ ପାଟଣାଗଡ଼ ଉପ ଜିଲାପାଳ ବିଜୟାନନ୍ଦ ସେଠୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ, ସମବାୟ ସମିତି ଉପନିବନ୍ଧକ ଦମୟନ୍ତୀ ସିଂଙ୍କ ସହ ବହୁ ଚାଷୀ ଉପସ୍ଥିତ ଥିଲେ।
ସେହିପରି ବଲାଙ୍ଗୀର ଉପଖଣ୍ଡ ଅନ୍ତର୍ଗତ ମହିମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି(ପେକ୍ସ)ରେ ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ ଧାନ କିଣାର ଶୁଭାରମ୍ଭ କରିଛନ୍ତି । ମହିମୁଣ୍ଡାଠାରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମରେ ବଲାଙ୍ଗୀର ଉପଜିଲାପାଳ କୁମାର ନାଗଭୂଷଙ୍କ ସମେତ ସମବାୟ, ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ)ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀ ଉପସ୍ଥିତ ଥିଲେ । ଚଳିତ ଖରିଫ ବର୍ଷ ପାଇଁ ଜିଲାରେ ୭୪୪୫୦ ଚାଷୀ ପେକ୍ସ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri