୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ ହୋଇଯାଇଛି। ପୂଜାର୍ଚ୍ଚନା କରି ଜିଲାପାଳ ଗୌରବ ଶିବାଜୀ ଇସଲୱାର ଧାନ ମଣ୍ଡି ଉଦଘାଟନ କରିଥିଲେ। ଏହି ଅବସରରେ ଜିଲାପାଳ ଇସଲୱାର ସୂଚନା ଦେଇଥିଲେ , ଜିଲାର ୧୮୦ ମଣ୍ଡିରେ ଧାନ କ୍ରୟ କରାଯିବ। ସେଥିରେ ମଧ୍ୟରେ ୧୬୬ ପାକ୍ସ ଓ ୧୪ ଏସଏଚଜି ଜରିଆରେ ଧାନ କ୍ରୟ ହେବ। ଏଥିପାଇଁ ଚାଷୀଙ୍କୁ ଆରଏମସି ପକ୍ଷରୁ ସଚେତନତା କରାଯାଉଛି। ସେହିପରି ଉପଖଣ୍ଡୀୟ ସ୍ତରରେ ଉପଜିଲାପାଳ ସ୍ତରରେ ଏକ କମିଟି ଗଠନ କରଯାଇଛି। ଉପଜିଲାପାଳମାନେ ତଦାରଖ କରୁଛନ୍ତି। ସମସ୍ତ ମଣ୍ଡିରେ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଧାନ କ୍ରୟ ବେଳେ ମୁଣ୍ଡିରେ ଧାନର ମାନ ଉପରେ ଗୁରୁତ୍ ଦିଆ ଯିବ।ଏଥିପାଇଁ ମଣ୍ଡି ଗୁଡିକରେ ସମସ୍ତ ଯନ୍ତ୍ରପାତି ମଧ୍ୟ ମହଜୁତ ରହିଛି। ମଣ୍ଡି ତଦାରଖ ପାଇଁ ସୁପରଭାଇଜର ଓ ନୋଡାଲ ଅଫିସର ନିଯୁକ୍ତ ରହିଛନ୍ତି। ଜିଲାର ୧ ଲକ୍ଷ ୫ହଜାରରୁ ଉଦ୍ଧର୍‌ବ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଧାନ କ୍ରୟ ପାଇଁ ୬୦ ପ୍ରତିଶତ ଟାର୍ଗେଟ ଆସିଥିବା ଜିଲାପାଳ ସୂଚନା ଦେଇଥିଲେ। ଏହି ଅବସରରେ ଜିଲା ଯୋଗାଣ ବିଭାଗ, ଆରଏମସିର ବରିଷ୍ଠ ଅଧିକାରୀଙ୍କ ଙ୍କ ସମେତ ସ୍ଥାନୀୟ ବିଡ଼ିଓ,ବ୍ଲକ ଉପାଧ୍ୟାୟ ଯତୀନ୍ଦ୍ର ପଟେଲ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri