୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ ହୋଇଯାଇଛି। ପୂଜାର୍ଚ୍ଚନା କରି ଜିଲାପାଳ ଗୌରବ ଶିବାଜୀ ଇସଲୱାର ଧାନ ମଣ୍ଡି ଉଦଘାଟନ କରିଥିଲେ। ଏହି ଅବସରରେ ଜିଲାପାଳ ଇସଲୱାର ସୂଚନା ଦେଇଥିଲେ , ଜିଲାର ୧୮୦ ମଣ୍ଡିରେ ଧାନ କ୍ରୟ କରାଯିବ। ସେଥିରେ ମଧ୍ୟରେ ୧୬୬ ପାକ୍ସ ଓ ୧୪ ଏସଏଚଜି ଜରିଆରେ ଧାନ କ୍ରୟ ହେବ। ଏଥିପାଇଁ ଚାଷୀଙ୍କୁ ଆରଏମସି ପକ୍ଷରୁ ସଚେତନତା କରାଯାଉଛି। ସେହିପରି ଉପଖଣ୍ଡୀୟ ସ୍ତରରେ ଉପଜିଲାପାଳ ସ୍ତରରେ ଏକ କମିଟି ଗଠନ କରଯାଇଛି। ଉପଜିଲାପାଳମାନେ ତଦାରଖ କରୁଛନ୍ତି। ସମସ୍ତ ମଣ୍ଡିରେ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଧାନ କ୍ରୟ ବେଳେ ମୁଣ୍ଡିରେ ଧାନର ମାନ ଉପରେ ଗୁରୁତ୍ ଦିଆ ଯିବ।ଏଥିପାଇଁ ମଣ୍ଡି ଗୁଡିକରେ ସମସ୍ତ ଯନ୍ତ୍ରପାତି ମଧ୍ୟ ମହଜୁତ ରହିଛି। ମଣ୍ଡି ତଦାରଖ ପାଇଁ ସୁପରଭାଇଜର ଓ ନୋଡାଲ ଅଫିସର ନିଯୁକ୍ତ ରହିଛନ୍ତି। ଜିଲାର ୧ ଲକ୍ଷ ୫ହଜାରରୁ ଉଦ୍ଧର୍‌ବ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଧାନ କ୍ରୟ ପାଇଁ ୬୦ ପ୍ରତିଶତ ଟାର୍ଗେଟ ଆସିଥିବା ଜିଲାପାଳ ସୂଚନା ଦେଇଥିଲେ। ଏହି ଅବସରରେ ଜିଲା ଯୋଗାଣ ବିଭାଗ, ଆରଏମସିର ବରିଷ୍ଠ ଅଧିକାରୀଙ୍କ ଙ୍କ ସମେତ ସ୍ଥାନୀୟ ବିଡ଼ିଓ,ବ୍ଲକ ଉପାଧ୍ୟାୟ ଯତୀନ୍ଦ୍ର ପଟେଲ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri