ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ

ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ଯୋଗଦେଇ ଏହା ପ୍ରକାଶ କରିଛନ୍ତି।
ଚଳିତ ବର୍ଷ ୪୩,୮୧୧ ଚାଷୀ ନାମ ପଞ୍ଜୀକରଣ କରିଥିବା ସୂଚନା ଦିଆଯାଇଛି। ଏହାସହ ୧୨୨ଟି ପ୍ୟାକ୍ସ ଓ ୧୬ଟି ମହିଳା ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ସଂଗ୍ରହ କରାଯିବ। ଜିଲାରେ ୧୧୦୯୮୪ ହେକ୍ଟର ଧାନ ଚାଷ ଜମି ମଧ୍ୟରୁ ୨୩୯୮୭୭.୯୬ ମେଟ୍ରିକ ଟନ(ଏମଟି) ଧାନ ଉପତ୍ାଦନର ଲକ୍ଷ୍ୟ ରହିଛି। ପ୍ରଥମ ପର୍ଯ୍ୟାୟରେ ବଳକା ଧାନ ମଧ୍ୟରୁ ୭୮୦୮୮.୨୩୬ ଏମଟି ଧାନ ଚାଷୀଙ୍କଠାରୁ ସଂଗ୍ରହ କରାଯିବ ବୋଲି ଜିଲା ଯୋଗାଣ ଅଧିକାରୀ ଜି.ପ୍ରଭାକର ପାତ୍ର ସୂଚନା ଦେଇଛନ୍ତି। ମଣ୍ଡିମାନଙ୍କରେ ଚାଷୀଙ୍କ ପାଇଁ ପାଣି, ଆଶ୍ରୟ, ଧାନର ସୁରକ୍ଷା ଓ ଆଲୋକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ସହ ଭବିଷ୍ୟତରେ ଧାନ ସଂଗ୍ରହ ସ୍ଥଳରେ ସ୍ଥାୟୀ ବ୍ୟବସ୍ଥା କରିବାକୁ ଜିଲାପାଳ ରଠୋର ପରାମର୍ଶ ଦେଇଥିଲେ। ମିଲରମାନେ ନିର୍ଦ୍ଧାରିତ ଦିନରେ ଧାନ ଉଠାଇବା ସହ ଚାଷୀଙ୍କୁ ସହଯୋଗ, ଚାଷୀଙ୍କୁ ଧାନ ପ୍ରଦାନ ସଂଗ୍ରହରେ ବିଭାଗୀୟ କର୍ତ୍ତୃପକ୍ଷ ପୂର୍ବରୁ ସୂଚନା ଦେବା ଓ ସେମାନଙ୍କ ଅସୁବିଧା ପ୍ରତି ଧ୍ୟାନ ଦେବାକୁ ଜିଲାପାଳ କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ସଭାପତି ନରେଶଚନ୍ଦ୍ର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ନାରାୟଣ ଧଳ, ଡିଆରସିଏସ ରୂଦ୍ରପ୍ରତାପ ଦାସ ପ୍ରମୁଖ ଯୋଗଦେଇ ଚାଷୀ, ମିଲର ଓ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସୁସମନ୍ବୟ, ଚାଷୀଙ୍କୁ ଠିକ ସମୟରେ ଟୋକନ ପ୍ରଦାନ, ମଣ୍ଡିରୁ ଠିକ ଭାବେ ମିଲରଙ୍କ ଦ୍ୱାରା ଧାନ ଉଠାଣ, ଟୋକନ ପ୍ରଦାନ ପରେ ଚାଷୀଙ୍କ ସହ ଯୋଗାଯୋଗ ଆଦି ସମ୍ପର୍କରେ ଆଲୋକପାତ କରିଥିଲେ। ଗତ ବର୍ଷ ଟୋକନ ମିଳିବାର ୭ଦିନ ମଧ୍ୟରେ ଚାଷୀ ଧାନ ଦେଇଥିଲେ। କିନ୍ତୁ ଚଳିତ ବର୍ଷ ଏହାକୁ ୩୦ ଦିନକୁ ବୃଦ୍ଧି କରାଯାଇଛି। କୌଣସି ସମସ୍ୟା ଥିଲେ ତାହାକୁ ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଉପସ୍ଥିତ ଚାଷୀ ପ୍ରତିନିଧି ଓ ମିଲରମାନେ ସେମାନଙ୍କ ମତାମତ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?