ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ

ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ଯୋଗଦେଇ ଏହା ପ୍ରକାଶ କରିଛନ୍ତି।
ଚଳିତ ବର୍ଷ ୪୩,୮୧୧ ଚାଷୀ ନାମ ପଞ୍ଜୀକରଣ କରିଥିବା ସୂଚନା ଦିଆଯାଇଛି। ଏହାସହ ୧୨୨ଟି ପ୍ୟାକ୍ସ ଓ ୧୬ଟି ମହିଳା ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ସଂଗ୍ରହ କରାଯିବ। ଜିଲାରେ ୧୧୦୯୮୪ ହେକ୍ଟର ଧାନ ଚାଷ ଜମି ମଧ୍ୟରୁ ୨୩୯୮୭୭.୯୬ ମେଟ୍ରିକ ଟନ(ଏମଟି) ଧାନ ଉପତ୍ାଦନର ଲକ୍ଷ୍ୟ ରହିଛି। ପ୍ରଥମ ପର୍ଯ୍ୟାୟରେ ବଳକା ଧାନ ମଧ୍ୟରୁ ୭୮୦୮୮.୨୩୬ ଏମଟି ଧାନ ଚାଷୀଙ୍କଠାରୁ ସଂଗ୍ରହ କରାଯିବ ବୋଲି ଜିଲା ଯୋଗାଣ ଅଧିକାରୀ ଜି.ପ୍ରଭାକର ପାତ୍ର ସୂଚନା ଦେଇଛନ୍ତି। ମଣ୍ଡିମାନଙ୍କରେ ଚାଷୀଙ୍କ ପାଇଁ ପାଣି, ଆଶ୍ରୟ, ଧାନର ସୁରକ୍ଷା ଓ ଆଲୋକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ସହ ଭବିଷ୍ୟତରେ ଧାନ ସଂଗ୍ରହ ସ୍ଥଳରେ ସ୍ଥାୟୀ ବ୍ୟବସ୍ଥା କରିବାକୁ ଜିଲାପାଳ ରଠୋର ପରାମର୍ଶ ଦେଇଥିଲେ। ମିଲରମାନେ ନିର୍ଦ୍ଧାରିତ ଦିନରେ ଧାନ ଉଠାଇବା ସହ ଚାଷୀଙ୍କୁ ସହଯୋଗ, ଚାଷୀଙ୍କୁ ଧାନ ପ୍ରଦାନ ସଂଗ୍ରହରେ ବିଭାଗୀୟ କର୍ତ୍ତୃପକ୍ଷ ପୂର୍ବରୁ ସୂଚନା ଦେବା ଓ ସେମାନଙ୍କ ଅସୁବିଧା ପ୍ରତି ଧ୍ୟାନ ଦେବାକୁ ଜିଲାପାଳ କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ସଭାପତି ନରେଶଚନ୍ଦ୍ର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ନାରାୟଣ ଧଳ, ଡିଆରସିଏସ ରୂଦ୍ରପ୍ରତାପ ଦାସ ପ୍ରମୁଖ ଯୋଗଦେଇ ଚାଷୀ, ମିଲର ଓ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସୁସମନ୍ବୟ, ଚାଷୀଙ୍କୁ ଠିକ ସମୟରେ ଟୋକନ ପ୍ରଦାନ, ମଣ୍ଡିରୁ ଠିକ ଭାବେ ମିଲରଙ୍କ ଦ୍ୱାରା ଧାନ ଉଠାଣ, ଟୋକନ ପ୍ରଦାନ ପରେ ଚାଷୀଙ୍କ ସହ ଯୋଗାଯୋଗ ଆଦି ସମ୍ପର୍କରେ ଆଲୋକପାତ କରିଥିଲେ। ଗତ ବର୍ଷ ଟୋକନ ମିଳିବାର ୭ଦିନ ମଧ୍ୟରେ ଚାଷୀ ଧାନ ଦେଇଥିଲେ। କିନ୍ତୁ ଚଳିତ ବର୍ଷ ଏହାକୁ ୩୦ ଦିନକୁ ବୃଦ୍ଧି କରାଯାଇଛି। କୌଣସି ସମସ୍ୟା ଥିଲେ ତାହାକୁ ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଉପସ୍ଥିତ ଚାଷୀ ପ୍ରତିନିଧି ଓ ମିଲରମାନେ ସେମାନଙ୍କ ମତାମତ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri