ଗତବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ ୮୫ % ବଢ଼ିଛି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ନଭେମ୍ବର ପ୍ରଥମ ସପ୍ତାହରୁ ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ରାଜ୍ୟର ୧୧ ଜିଲାରେ ମୋଟ ୨,୩୮,୪୫୨ ମେଟ୍ରିକ୍‌ ଟନ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ଏହି ସମୟରେ ଯେତିକି ଖରିଫ ଧାନ ସଂଗ୍ରହ ହୋଇଥିଲା ତା’ଠାରୁ ଏଥର ୮୫ ପ୍ରତିଶତ ଅଧିକ ହୋଇଥିବା ଜଣାପଡ଼ିଛି। ଗତବର୍ଷ ଏହି ସମୟ ସୁଦ୍ଧା ୧ ଲକ୍ଷ ୨୯ ହଜାର ୫୨ ମେଟ୍ରିକ୍‌ ଟନ ଧାନ ସଂଗ୍ରହ ହୋଇଥିଲା। ଚଳିତ ଥର ବରଗଡ଼ରେ ସର୍ବାଧିକ ୧,୪୨,୧୨୨ ମେଟ୍ରିକ୍‌ ଟନ ଧାନ ସଂଗ୍ରହ ହୋଇଛି। ଗତବର୍ଷ ଏହି ଜିଲାରେ ୬୯,୩୮୦ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଥିଲା। ଚଳିତ ବର୍ଷ ଏହି ସମୟ ସୁଦ୍ଧା ୧୦୫ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇଛି। ସେହିପରି କଳାହାଣ୍ଡିରେ ଗତବର୍ଷ ୧୩,୧୨୭ ଟନ ଧାନ ସଂଗ୍ରହ ହୋଇଥିଲା ବେଳେ ଚଳିତ ବର୍ଷ ଏବେ ପର୍ଯ୍ୟନ୍ତ ୨୮,୮୧୩ ଟନ୍‌ ଧାନ ସଂଗ୍ରହ ହୋଇଛି, ଯାହା ଗତବର୍ଷ ତୁଳନାରେ ୧୧୯ ପ୍ରତିଶତ ଅଧିକ। ସେହିପରି ନୂଆପଡ଼ା ଜିଲାରେ ଗତବର୍ଷ ତୁଳନାରେ ୧୫୪ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ୩୭୩୯ ଟନ ଧାନ ସଂଗ୍ରହ ହୋଇଥିବା ବେଳେ ଚଳିତ ବର୍ଷ ୯୫୦୫ ମେଟ୍ରିକ୍‌ ଟନ ଧାନ ସଂଗ୍ରହ ହୋଇଛି। ସମ୍ବଲପୁରରେ ଗତବର୍ଷ ଚଳିତ ମାସ ସୁଦ୍ଧା ୧୭,୫୦୧ ଟନ ଧାନ ସଂଗ୍ରହ ହୋଇଥିବା ବେଳେ ଚଳିତ ବର୍ଷ ଏବେ ସୁଦ୍ଧା ଧାନ ସଂଗ୍ରହରେ ୧୦୧ ପ୍ରତିଶତ ବୃଦ୍ଧି ପାଇ ୩୫,୧୦୩ ଟନ୍‌ରେ ପହଞ୍ଚତ୍ଛି। ଏହାସହ ସୁବର୍ଣ୍ଣପୁରରେ ୯୬୨୮ ମେଟ୍ରିକ୍‌ ଟନ୍‌, ବଲାଙ୍ଗୀରରେ ୭୭୧୯ ମେଟ୍ରିକ୍‌ ଟନ୍‌, କୋରାପୁଟରେ ୩୭୩୦ ମେଟ୍ରିକ୍‌ ଟନ୍‌ ଏବଂ ସୁନ୍ଦରଗଡ଼ରେ ୧୧୬୫ ଟନ ଧାନ ସଂଗ୍ରହ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୧ ଜିଲାର ୩୫୭୮୯ ଚାଷୀ ସେମାନଙ୍କ ଧାନ ବିକ୍ରି କରିଛନ୍ତି। ନାମ ପଞ୍ଜୀକୃତ ହୋଇଥିବା ଚାଷୀଙ୍କଠାରୁ ପି-ପାସ୍‌ ଓ ଆଗୁଆ ଟୋକେନ ପ୍ରଦାନ ମାଧ୍ୟମରେ ଏହି ଖରିଫ ଧାନ ସଂଗ୍ରହ କରାଯାଉଛି। ଧାନ ସଂଗ୍ରହ କାର୍ଯ୍ୟରେ ସମ୍ପୂର୍ଣ୍ଣ ସ୍ବଚ୍ଛତା ଅବଲମ୍ବନ ଓ ବ୍ୟବସ୍ଥିତ ଭାବେ ତ୍ବରାନ୍ବିତ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri