Odisha Elections 2024

କଲିକତି ଦଳରେ ପରିପୂର୍ଣ୍ଣ ଖରଖରା ନାଳ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ନଦୀନାଳର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ କଣାସ ବ୍ଲକର ଦୟା ଓ ଲୁଣାନଦୀର ମଧ୍ୟବର୍ତ୍ତୀ ୧୧ଟି ପଞ୍ଚାୟତର ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ ଥିବା ଖରଖରା ନାଳଟି କଲିକତି ଦଳରେ ପରିପୂର୍ଣ୍ଣ ହୋଇଯାଇଛି। ଫଳରେ ଚଳିତବର୍ଷର ବର୍ଷା ଓ ବନ୍ୟାଜଳ ନିଷ୍କାସନରେ ବାଧକ ସାଜୁଛି। ତ୍ରିଲୋଚନପୁର, କଣାସ, ସିରେଇ, ବିଜିପୁର, ଅଣ୍ଡରସିଂହ, ଗଡ଼ସାହି, ଖଣ୍ଡହତା, ଆଳିବାଡ଼, ଯାମଳଗୋଦା, ଗଡ଼ିଶାଗୋଦା ଗ୍ରାମ ପଞ୍ଚାୟତର ୭୯ଟି ଗ୍ରାମର ଧାନଜମିରେ ଆଗାମୀ ବର୍ଷାଋତୁରେ ବର୍ଷା ଓ ବନ୍ୟାଜଳ ଲହଡ଼ି ମାରିବାର ସମ୍ଭାବନା ରହିଛି। ଦୟା ଓ ଲୁଣାନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଏହି ୧୧ଟି ଗ୍ରାମପଞ୍ଚାୟତର ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ କଣାସ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରୁ ଗୋଟିଏ ନାଳ ବଣଗାଁ ଜଗନ୍ନାଥ ସଡ଼କ, ଦାମୋଦରପୁର, ଦୁପୁର ଏବଂ ବ୍ରହ୍ମପଡ଼ା ଦେଇ ଚିଲିକା ମଧ୍ୟକୁ ଜଳ ନିଷ୍କାସନ ପାଇଁ ୧୪କି.ମି. ଧରି ରହିଛି। ପ୍ରତିବର୍ଷ ଉକ୍ତ ନାଳରେ କଲିକତି ଦଳ ଜମା ହୋଇ ପଚି ପୋତି ହୋଇପଡ଼ୁଥିବାବେଳେ ଚଳିତବର୍ଷ କଲିକତି ଦଳ ପୂର୍ଣ୍ଣହୋଇ ଯିବାରୁ ବର୍ଷା ଓ ବନ୍ୟାଜଳ ନିଷ୍କାସନରେ ଗୁରୁତର ବ୍ୟାଘାତ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ବର୍ଷ ଏହି ଅଞ୍ଚଳର ଚାଷୀ ବର୍ଷା ଓ ବନ୍ୟାଜଳ ଜମି ରହୁଥିବାରୁ ଶାରଦ ଫସଲ ହରାଇ ଚାଷୀ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ଏହି ନାଳଟି ଡ୍ରେନେଜ୍‌ ବିଭାଗର ହୋଇଥିବାରୁ, ଡ୍ରେନେଜ୍‌ ବିଭାଗର ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ଜେନାଙ୍କୁ ପଚାରିବାରୁ, ଦଳ ସଫା କରିବାକୁ ଆମର କୌଣସି ଆର୍ଥିକ ବ୍ୟବସ୍ଥା ନାହିଁ। କିନ୍ତୁ ନାଳଗୁଡିକ ପ୍ରତି ୫ ବର୍ଷରେ ଥରେ ଲେଖାଏଁ ଖୋଳା ହେବାର ବ୍ୟବସ୍ଥା ରହିଛି। ୪ ବର୍ଷ ହେଲା ଖୋଳା ହୋଇ ନ ଥିବାରୁ ନାଳଗୁଡ଼ିକ ପୋତି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri