ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ସଂସଦୀୟ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ କଟକ, ଯାଜପୁର ଓ କନ୍ଧମାଳ ଆସନରେ ଦଳ କାହାକୁ ପ୍ରାର୍ଥୀ କରିବ ତାହା ସ୍ପଷ୍ଟ ହୋଇନାହିଁ।
ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ପୁରୀରୁ ସମ୍ବିତ ପାତ୍ର, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ ପ୍ରାର୍ଥୀ ହୋଇଛି। ବାଲେଶ୍ୱରରୁ ଐରଖାରବେଳ ସ୍ବାଇଁ ଆଶାୟୀ ଥିବା ବେଳେ ପ୍ରତାପ ଷଡ଼ଙ୍ଗୀଙ୍କୁ ଟିକେଟ ମିଳିବା ଘଟଣାକୁ ସେ ସହଜେ ଗ୍ରହଣ କରିପାରୁନାହାନ୍ତି।

ଏ ନେଇ ଖାରବେଳ ଏକ ଖବରଦାତା ସମ୍ମିଳନୀରେ ପ୍ରତିକ୍ରିୟା ରଖି କହିଛନ୍ତି, ସ୍ବାଧୀନ ପ୍ରାର୍ଥୀ ଭାବେ ବାଲେଶ୍ୱରରୁ ଲଢ଼ିବେ ଏବଂ ନିର୍ବାଚନରେ ବିଜୟୀ ହେଲେ ଭାଜପାରେ ଯୋଗଦେବେ। ଗତଥର କନ୍ଧମାଳରୁ ଲଢ଼ିଥିଲେ, ହେଲେ ଏଥର ବାଲେଶ୍ୱରରୁ ଲଢ଼ିବାକୁ ଭାଜପା ନେତୃବୃନ୍ଦଙ୍କୁ କହିଥିଲେ। ହେଲେ ତାଙ୍କୁ ଟିକେଟ ମିଳି ନ ଥିବାରୁ ସେ ସ୍ବାଧୀନ ଭାବେ ଛିଡ଼ାହେବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ଭାଜପା ଛାଡ଼ିବେ ନାହିଁ ବୋଲି ଖାରବେଳ ସ୍ପଷ୍ଟ କରିଛନ୍ତି। ଦଳର ନିଷ୍ପତ୍ତିକୁ ସ୍ବାଗତ କରୁଛି । ସେ ଭାଜପାର ଜଣେ କର୍ମୀ, ସବୁବେଳେ କର୍ମୀ ହୋଇ ରହିବେ। ଦଳ ଯେତେବେଳେ ଯାହା ଦାୟିତ୍ୱ ଦେଇଛି, ନିଷ୍ଠାର ସହ ସେ ପାଳନ କରିଥିବା କହିଛନ୍ତି। ଅନ୍ୟପକ୍ଷେ ଖାରବେଳଙ୍କ ନିଷ୍ପତ୍ତି ସମ୍ପର୍କରେ ଭାଜପା ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri