Posted inଜାତୀୟ

ଭଙ୍ଗାରୁଜା ପରେ ଖଟରଙ୍କ କିଷାନ ବୈଠକ ବାତିଲ

ଚଣ୍ଡିଗଡ଼,୧୦।୧- କର୍ନାଲଠାରେ ରବିବାର ହେବାକୁ ଥିବା ‘କିଷାନ ମହାପଞ୍ଚାୟତ’ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରୁଥିବା ଚାଷୀମାନେ ତାଙ୍କ କାର୍ଯ୍ୟକ୍ରମ ହେବାକୁ ଥିବା ଭେନ୍ୟୁରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। କାଇମଲା ଗ୍ରାମରେ ଖଟରଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ହେଲିପ୍ୟାଡ୍‌ ନିକଟରେ ଶହ ଶହ ଚାଷୀ ଏକତ୍ରିତ ହୋଇଥିଲେ। ସ୍ଥିତି ଅଣାୟତ ହେବାରୁ ପୋଲିସ ଲାଠି ଚାର୍ଜ ଓ ଲୁହ ଗ୍ୟାସ ବ୍ୟବହାର କରାଯାଇଥିଲା।

ଏ ସମ୍ପର୍କରେ ଖଟ୍ଟର କହିଛନ୍ତି, ‘ ଏଭଳି ବ୍ୟବହାର ଦ୍ୱାରା ଆନ୍ଦୋଳନକାରୀମାନେ ଚାଷୀଙ୍କୁ ବଦନାମ କରୁଛନ୍ତି। ଏହି ଘଟଣାରେ କଂଗ୍ରେସ ଓ କମ୍ୟୁନିଷ୍ଟ ଦଳର ହାତ ରହିଛି। ଆଉ କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବେ ନାହିଁ। କିଛି ପଏଣ୍ଟ ଉପରେ ଆଲୋଚନା ହୋଇପାରେ। କିନ୍ତୁ ଆଇନ ଉଚ୍ଛେଦ କରାଯିବ ମୋତେ ଲାଗୁ ନାହିଁ ।’

ଉଲ୍ଲେଖଥାଉ କି, କାର୍ଯ୍ୟକ୍ରମ ସ୍ଥଳରେ ୧୫୦୦ ପୋଲିସକର୍ମୀ ମୁତୟତ କରାଯିବା ସହ ନିର୍ମାଣ ହୋଇଥିଲା ୭ଟି ଚେକ୍‌ ପଏଣ୍ଟ। ହେଲେ ଆନ୍ଦୋଳନକାରୀ କୃଷକ ୬ଟି ଚେକ୍‌ ପଏଣ୍ଟ ଭାଙ୍ଗି ବୈଠକ ସ୍ଥଳରେ ପହଞ୍ଚି ବ୍ୟାପକ ଭଙ୍ଗାରୁଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?