ଖଟୁଆକୁଦା ଆକ୍ରମଣ ଘଟଣା: ୭ ଅଭିଯୁକ୍ତ ଗିରଫ

ଗଞ୍ଜାମ,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ହୁମା ଫାଣ୍ଡି ଅନ୍ତର୍ଗତ ଖଟୁଆକୁଦା ଗ୍ରାମର ସୁବ୍ରତ ସାହୁଙ୍କୁ ଗତ ମଙ୍ଗଳବାର ଗ୍ରାମର କେତେଜଣ ବ୍ୟକ୍ତି ସଙ୍ଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ରମ୍ଭା ପୋଲିସ ଏକ ମାମଲା (ନଂ.୯୬/୨୩) ରୁଜୁ କରି ୭ ଜଣଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ଆହତଙ୍କ ପକ୍ଷରୁ ଗ୍ରାମର ୧୨ଜଣଙ୍କ ନାମରେ ଏତଲା ଦିଆଯାଇଥିବା ବେଳେ ଗ୍ରାମବାସୀଙ୍କ ପକ୍ଷରୁ ୩ ଜଣଙ୍କ ନାମରେ ପାଲଟା ଅଭିଯୋଗ ହୋଇଥିବା ରମ୍ଭା ଥାନା ପୋଲିସ ପକ୍ଷରୁ କୁହାଯାଇଛି ।
ଅନ୍ୟପକ୍ଷେ ଗୁରୁତର ଆହତ ସୁବ୍ରତ ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ହୁମା ଫାଣ୍ଡି ପୋଲିସ ସୂଚନା ଅନୁଯାୟୀ, ଗୁଣି ସନ୍ଦେହରେ ସୁବ୍ରତଙ୍କୁ ଗ୍ରାମରୁ ବାସନ୍ଦ କରାଯାଇଥିଲା। ହେଲେ ଦୋଳଯାତ୍ରା ଉପଲକ୍ଷେ ସୁବ୍ରତ ଗାଁକୁ ଆସିଥିଲେ। ସେତିକିବେଳେ ସୁବ୍ରତ ଗ୍ରାମର କେତେଜଣ ବ୍ୟକ୍ତିଙ୍କୁ ଗାଳିଗୁଲଜ କରିଥିଲେ। ଏନେଇ ଗ୍ରାମସଭାରେ ତାଙ୍କୁ ଜରିମାନା ନିର୍ଦ୍ଦେଶ ଦିଆଯାଇଥିଲା। ସେ ଜରିମାନା ଦେବେ ନାହିଁ କହି ସଭାରୁ ଚାଲିଯାଇ ପୁଣି ଗାଳିଗୁଲଜ କରିଥିଲେ। ଏନେଇ ଗ୍ରାମର କେତେକ ବ୍ୟକ୍ତି ସୁବ୍ରତଙ୍କୁ କାହିଁକି ଗାଳି କରୁଛ ବୋଲି ପଚାରିଥିଲେ। ଏନେଇ ସେମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଗ୍ରାମବାସୀମାନେ ସୁବ୍ରତଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସୁବ୍ରତଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?