Posted inଜାତୀୟ

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା ଖେଡକରଙ୍କୁ ତୁରନ୍ତ ପ୍ରଶାସନିକ ସେବାରୁ ବରଖାସ୍ତ କରିଛନ୍ତି। ଆଇଏଏସ (ପ୍ରୋବେସନ) ନିୟମ, ୧୯୯୫ ଅନୁଯାୟୀ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହାପୂର୍ବରୁ ସଂଘ ଲୋକ ସେବା ଆୟୋଗ (ୟୁପିଏସସି) ଏବଂ ଦିଲ୍ଲୀ ପୋଲିସ ପୂର୍ବତନ ଆଇଏଏସ ପୂଜା ଖେଡକରଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲେ।
ୟୁପିଏସସି ଏବଂ ଦିଲ୍ଲୀ ପୋଲିସ କୋର୍ଟଙ୍କୁ କହିଛନ୍ତି ଯେ ସେ କେବଳ ଆୟୋଗ ନୁହେଁ ଜନସାଧାରଣଙ୍କୁ ମଧ୍ୟ ପ୍ରତାରଣା କରିଛନ୍ତି କାରଣ ସେ ୨୦୨୦ ପର୍ଯ୍ୟନ୍ତ ସମସ୍ତ ଉଦ୍ୟମ ଶେଷ କରିବା ପରେ ୨୦୨୧ରେ ସିଭିଲ ସର୍ଭିସ ପରୀକ୍ଷା (CSE) ରେ ବସିବାକୁ ଅଯୋଗ୍ୟ ହୋଇଥିଲେ। ଠକେଇ ଓ ଭୁଲ ଉପାୟରେ ଓବିସି ଏବଂ ଅକ୍ଷମ କୋଟାର ସୁବିଧା ସୁଯୋଗ ନେବା ଅଭିଯୋଗରେ ପୂଜା ଖେଡକର ବର୍ତ୍ତମାନ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଅଛନ୍ତି।
ପୂଜା ଖେଡକରଙ୍କୁ ଓବିସି ସଂରକ୍ଷଣ ଏବଂ ଭିନ୍ନକ୍ଷମ କୋଟା ସହାୟତାରେ କେନ୍ଦ୍ର ଲୋକସେବା ଆୟୋଗ ପରୀକ୍ଷା ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ହୋଇଛି ଯେ ସେ ଏ ବାବଦରେ ସମସ୍ତ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିଛନ୍ତି। ଠକେଇ ଦ୍ୱାରା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବାରୁ ପୂଜା ଖେଡକରଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହାପୂର୍ବରୁ ପୂଜା ଖେଡକରଙ୍କ ଦ୍ୱାରା ଦାଖଲ ହୋଇଥିବା ସମସ୍ତ ଦଲିଲର ଯାଞ୍ଚ କରାଯିବା ଉଚିତ ବୋଲି କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ୟୁପିଏସସି ଜୁଲାଇ ୩୧ରେ ତାଙ୍କ ପ୍ରାର୍ଥୀପତ୍ର ବାତିଲ କରି ଭବିଷ୍ୟତର ପରୀକ୍ଷାରେ ଯୋଗଦେବାକୁ ବାରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?