ନିର୍ମାଣ ଆରମ୍ଭରୁ ବିଭ୍ରାଟ

ଖଇରା,୧୫।୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଓ ଔପଦା ୨ ବ୍ଲକକୁ ସଂଯୋଗ କରୁଥିବା ଖଇରା-ଭଞ୍ଜପଦା ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ ଆରମ୍ଭ ହୋଇଛି  । ତେବେ ରାସ୍ତା ନିର୍ମାଣକୁ ନେଇ ରାସ୍ତା ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ରାସ୍ତାର ସ୍ଥାୟିତ୍ୱ ନେଇ ସାରକୋଣା, ବିଦ୍ୟାଧରପୁର ଶାସନ, ମୁକ୍ତାବେଗୁନିଆ, କେନ୍ଦୁଭଦଳୀ ଓ ଭଞ୍ଜପଦା ଗ୍ରାମର ଲୋକେ ପ୍ରଶ୍ନ ଉଠାଇବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।
ଶୋଚନୀୟ ରାସ୍ତାର ପୁନଃ ନିର୍ମାଣ ପାଇଁ ବାରମ୍ବାର ଦାବି ପରେ ୪କି.ମି. ୩ଶହ ମିଟର ରାସ୍ତା ନିର୍ମାଣ ପାଇଁ ଆନୁମାନିକ ୪କୋଟି ୭୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। କାର୍ଯ୍ୟ ଆରମ୍ଭ ସମୟ ୨୦୨୪ ମାର୍ଚ୍ଚ ୧୫ ଥିବା ବେଳେ ଶେଷ ଅବଧି ୨୦୨୪ ଡିସେମ୍ବର ୧୪ତାରିଖ ଅଛି। ଏବେ କିଛି ଦିନ ତଳେ ଭଞ୍ଜପଦା ଗ୍ରାମ ନିକଟରୁ ଆରମ୍ଭ ହୋଇଛି। ହେଲେ ରାସ୍ତା ନିର୍ମାଣରେ ବ୍ୟବହୃତ କଞ୍ଚାମାଲ ନିମ୍ନମାନର ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାସ୍ତାର ୨ ପାର୍ଶ୍ୱକୁ ପ୍ରଶସ୍ତୀକରଣ କରାଯାଉଥିବା ବେଳେ ଏଷ୍ଟିମେଟ ଅନୁଯାୟୀ ଏହା କରାଯାଉ ନ ଥିବା ନେଇ ବହୁ ଗ୍ରାମବାସୀ ଆପତ୍ତି ଉଠାଇଛନ୍ତି । ସେହିଭଳି ମୁକ୍ତାବେଗୁନିଆ ନିକଟରେ ଚାଲିଥିବା ଡ୍ରେନ କାମରେ ମଧ୍ୟ ଅନିୟମିତତା ହେଉଥିବା ସ୍ଥାନୀୟ ଗ୍ରାମବାସୀ ଆର୍‌ଡି ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏ ସମ୍ପର୍କରେ କନିଷ୍ଠଯନ୍ତ୍ରୀ ମନୋଜ କୁମାର ସେଣ୍ଟଙ୍କୁ ଯୋଗାଯୋଗ କରିବାରେ ଖୁବ୍‌ଶୀଘ୍ର ରାସ୍ତା ପରିଦର୍ଶନ ପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କ ସହିତ ରାସ୍ତାକୁ ଯିବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri