Posted inଖେଳ

ଖେଳରନତ୍ ପୁରସ୍କାର କମିଟି ଗଠିତ

ନୂଆଦିଲ୍ଲୀ, ୪ା୧୨(ପି.ଟି.): ମେଜର ଧ୍ୟାନଚାନ୍ଦ ଖେଳରନତ୍, ଅର୍ଜୁନ ଓ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ଚୟନ କମିଟି ଗଠନ କରାଯାଇଥିବା କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ରବିବାର ଘୋଷଣା କରାଯାଇଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଏଏମ୍‌ ଖାନ୍‌ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିର ସଦସ୍ୟ ସଂଖ୍ୟା ୧୨ ରହିଛି। ତନ୍ମଧ୍ୟରେ ୬ଜଣ ଜଣାଶୁଣା କ୍ରୀଡ଼ା ବ୍ୟକ୍ତିତ୍ୱ ଅଛନ୍ତି। ସେମାନେ ହେଲେ ଭାରତର ପୂର୍ବତନ ହକି ଅଧିନାୟକ ଧନରାଜ ପିଲ୍ଲେ, ଅଲିମ୍ପିଆନ ବକ୍ସର ଅଖିଲ କୁମାର, ଶୁଟର ଶୁମା ଶିରୁର୍‌, ଟେବୁଲ ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆ ତରଫରୁ ପ୍ରତିନିଧିତ୍ୱ କରୁଥିବା ୮ ଥର ଜାତୀୟ ଟେବୁଲ ଟେନିସ ଚାମ୍ପିୟନ କମଳେଶ ମେହେଟା। ପୂର୍ବତନ ଭାରତୀୟ ମହିଳା କ୍ରିକେଟ ଅଧିନାୟିକା ଅଞ୍ଜୁମ ଚୋପ୍ରା ଏବଂ ମିଶନ ଅଲିମ୍ପିକ ସେଲ ଓ ଫାର୍ମାନ ବାଶା ଅଫ୍‌ ପାଓ୍ବାର ଲିଫ୍ଟିଂ ଫେଡେରେଶନର ଅଂଶ ବିଶେଷ ଥିବା ବ୍ୟାଡ୍‌ମିଣ୍ଟନ ଖେଳାଳି ତ୍ରୁପତି ମୁରୁଗୁଣ୍ଡେ ମଧ୍ୟ କମିଟିର ସଦସ୍ୟ ରହିଛନ୍ତି। ମିଡିଆ ପ୍ରତିନିଧି ଭାବେ ଦୈନିକ ଜାଗରଣର ସ୍ପୋଟର୍‌ସ ଏଡିଟର ଅଭିଷେକ ତ୍ରିପାଠୀ, ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ମହାନିର୍ଦ୍ଦେଶକ ସନ୍ଦୀପ ପ୍ରଧାନ, ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ର ସିଇଓ ପୁଷ୍ପେନ୍ଦ୍ର ଗର୍ଗ ଏବଂ ସରକାରୀ ଅଫସିଆଲ ଭାବେ ଯୁଗ୍ମ ସଚିବ (ଏମ୍‌ଓ୍ବାଇଏଏସ୍‌) ପ୍ରେମ୍‌ କୁମାର ଝା ଏହି କମିଟିରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri