Posted inଖେଳ

କଳିଙ୍ଗରେ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ଶନିବାରଠାରୁ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨ ଆରମ୍ଭ ହେବ। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଓ ମଧ୍ୟପ୍ରଦେଶ ଆଦି ୫ଟି ରାଜ୍ୟର ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଓଡ଼ିଶାରେ ପ୍ରଥମଥର ପାଇଁ ଏହି ପ୍ରତିଯୋଗିତା ଆୟୋଜନ ହେବ। ଦୁଇଦିନ ବିଶିଷ୍ଟ ପ୍ରତିଯୋଗିତାରେ ମୋଟ ୬୪ ମହିଳା ସନ୍ତରଣକାରୀ ଅଂଶଗ୍ରହଣ କରିବେ। ଏହା ବ୍ୟତୀତ ୩୦ ବୈଷୟିକ ଅଧିକାରୀ ଏବଂ ୧୫ ସ୍ବେଚ୍ଛାସେବୀ ଏଥିରେ ନିୟୋଜିତ ରହିବେ। ୧୫ ଓ ୧୮ ବର୍ଷରୁ କମ୍‌ ବର୍ଗରେ ୮ଟି ଇଭେଣ୍ଟ ଅନୁଷ୍ଠିତ ହେବ। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ, ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ଏବଂ ଓଡ଼ିଶା ରାଜ୍ୟ ସୁଇମିଂ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ହେବ।
ଇଭେଣ୍ଟଗୁଡ଼ିକୁ ୨ଟି ବର୍ଗରେ ବିଭକ୍ତ କରାଯାଇଛି। ପ୍ରଥମଟି ହେଲା ପ୍ରାଇଜ୍‌ ମନି ଇଭେଣ୍ଟ। ଏଥିରେ ପ୍ରଥମରୁ ୫ମ ସ୍ଥାନ ହାସଲ କରିବା ପ୍ରତିଯୋଗୀଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଅନ୍ୟଟି ହେଲା ଡେଭ୍‌ଲପ୍‌ମେଣ୍ଟାଲ ଇଭେଣ୍ଟ। ଏଥିରେ ପ୍ରଥମ ୧୦ ସ୍ଥାନ ଫିନିଶ୍‌ କରିବା ପ୍ରତିଯୋଗୀଙ୍କୁ ର଼୍ୟାଙ୍କିଙ୍ଗ ରିବନ ପ୍ରଦାନ କରାଯିବ। ପ୍ରାଇଜ୍‌ମନି ଇଭେଣ୍ଟଗୁଡ଼ିକ ମଧ୍ୟରେ ସମସ୍ତ ବୟସ ବର୍ଗ ପାଇଁ ୨୦୦ ମିଟର ଫ୍ରିଷ୍ଟାଇଲ, ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌, ୧୦୦ ମିଟର ବ୍ୟାକ୍‌ ଷ୍ଟ୍ରୋକ୍‌, ୧୦୦ ମିଟର ବଟରଫ୍ଲାଏ ଏବଂ ମିଡ୍‌ଲେ ରିଲେ ଇଭେଣ୍ଟ ଅନ୍ତର୍ଭୁକ୍ତ। ସେହିପରି ସମସ୍ତ ବୟସବର୍ଗ ପାଇଁ ୫୦ କିକ୍‌-୫୦ ପୁଲ୍‌ ଫ୍ରି ଏବଂ ୫୦ କିକ୍‌-୫୦ ପୁଲ୍‌ ବ୍ରେଷ୍ଟ ଡେଭଲପ୍‌ମେଣ୍ଟାଲ ଇଭେଣ୍ଟରେ ସାମିଲ ରହିବ। ଭାରତରେ କ୍ରୀଡ଼ା ସଂସ୍କୃତିକୁ ପୁନର୍ଜୀବିତ କରିବା ପାଇଁ ଖେଲୋ ଇଣ୍ଡିଆ ଗେମ୍ସ ଆରମ୍ଭ ହୋଇଥିଲା। ଦେଶକୁ ଏକ କ୍ରୀଡ଼ାଶକ୍ତିରେ ପରିଣତ କରିବା ଏହାର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?