Posted inଖେଳ

ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧୧ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ୨ ଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨(ଜୋନ-୪) ରବିବାର ଶେଷ ହୋଇଛି। ଦ୍ୱିତୀୟ ଦିବସରେ ମୋଟ ୧୪ଟି ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା। ଅଲିମ୍ପିଆନ ଅନୁରାଧା ବିଶ୍ୱାଳ, ଶ୍ରାବଣୀ ନନ୍ଦ, ସ୍କୁଲ ଏବଂ ଗଣଶିକ୍ଷା ବିଭାଗର କମିଶନର ଏବଂ ସଚିବ ଅଶ୍ୱଥି ଏସ୍‌. ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ସନ୍ତରଣ ଇଭେଣ୍ଟର ଶ୍ରେଷ୍ଠ ୬ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ଆର୍ଥିକ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଓ ମଧ୍ୟପ୍ରଦେଶ ଆଦି ୫ଟି ରାଜ୍ୟର ୬୪ ମହିଳା ସନ୍ତରଣକାରୀ ଅଂଶଗ୍ରହଣ କରିଥିଲେ। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ, ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ଏବଂ ଓଡ଼ିଶା ରାଜ୍ୟ ସୁଇମିଂ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଅନ୍ତିମ ଦିବସରେ ଅନୁଷ୍ଠିତ ପ୍ରତିଯୋଗିତା ଗୁଡ଼ିକ ମଧ୍ୟରେ ୧୮ ବର୍ଷରୁ କମ୍‌ ୪୦୦ ମିଟର ବାଳିକା ବର୍ଗରେ ଓଡ଼ିଶାର ଭଦ୍ରା ଶତପଥୀ, ୨୦୦ ମିଟର ଫ୍ଲାଏ ଗଲର୍‌ସରେ ଅଲିଭା ସାମଲ, ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ବାଳିକାରେ ଆକାଂକ୍ଷା ନାୟକ, ୫୦ କିକ୍‌-୫୦ ପୁଲ୍‌ ବ୍ୟାକ୍‌ ବାଳିକା ଇଭେଣ୍ଟରେ ଭଦ୍ରା ଶତପଥୀ, ୧୫ ବର୍ଷରୁ କମ୍‌ ୧୦୦ ମିଟର ବ୍ରେଷ୍ଟଷ୍ଟ୍ରୋକ୍‌ରେ ମନ୍ନତା ମିଶ୍ର ପ୍ରମୁଖ ପ୍ରଥମସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri