ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଉଦଘାଟିତ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ଠାରେ ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି। ସ୍ଥାନୀୟ କୋର୍ଟ ସାହି ସ୍ଥିତ ଏକ ଅସ୍ଥାୟୀ କୋଠାରେ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଉଦଘାଟନୀ ସଭାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୁରେଶୁ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ବଡଖେମୁଣ୍ଡି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ଉଦଗାତା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ବୋମକେଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷକ ବିଶନାଥ ମିଶ୍ର, ମୋହନା ହିଲଟପ କଲେଜର ଅଧ୍ୟାପକ ଡ଼.ଅନ୍ତର୍ଯ୍ୟାମୀ ଗୌଡ଼, ଖେମୁଣ୍ଡି ଓକିଲ ସଂଘ ର ପ୍ରାକ୍ତନ ସଭାପତି ହର ପ୍ରସାଦ ରଥ,ପ୍ରାକ୍ତନ ସମ୍ପାଦକ ଅଶେଷ ନାଥ ମିଶ୍ର,ଅବସରପ୍ରାପ୍ତ କଳା ଶିକ୍ଷକ ତଥା ବିଶିଷ୍ଟ ଚିତ୍ରଶିଳ୍ପୀ ରାମାନୁଜ ପଟ୍ଟନାୟକ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଚିତ୍ରଶିଳ୍ପୀ ଅମର ନାୟକ ସ୍ବାଗତ ସଙ୍ଗୀତ ଭଜନ ପରିବେଷଣ କରିଥିବା ବେଳେ ଉତ୍କଳ ଦିବସର ଅନୁଚିନ୍ତା ଏବଂ ଦିଗପହଣ୍ଡି ସହରରେ ଚିତ୍ରକଳା ବିଦ୍ୟାଳୟର ଆବଶ୍ୟକତା ସମ୍ପର୍କରେ ଅତିଥି ବୃନ୍ଦ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ଆଇନଜୀବୀ ରସାନନ୍ଦ ରାଉତ,ପି.ଶିବଶଙ୍କର, ଅବସରପ୍ରାପ୍ତ ଶିକ୍ଷକ ପଦ୍ମଚରଣ ମେକାପ,ରମେଶ ରଥ,ଅରୁଣ ମହାପାତ୍ର,ବାବୁଲା ପଣ୍ଡା, ପୀତବାସ ତ୍ରିପାଠୀ, ଗଦାଧର ସ୍ବାଇଁ, ଅଶୋକ ତ୍ରିପାଠୀ, ଶିକ୍ଷୟତ୍ରୀ ଯାଜ୍ଞସେନି ରଥ,ବୀଣାପାଣି ରାଉତ,ନୟନା ବାରିକ, ଖବରଦାତା ସଞ୍ଜୀବ କୁମାର ପାତ୍ର, ବିଶିଷ୍ଟ ଚିତ୍ରଶିଳ୍ପୀ ଗିରିଶ କବି,ପ୍ରଭାତ କୁମାର ପାଢ଼ୀ,ଲୋକନାଥ ମହାପାତ୍ର,ରୋହନ କବି,ରିତିପୂର୍ଣ୍ଣ କବି, ଅସିତ କୁମାର ତ୍ରିପାଠୀ ଓ ସୁଶାନ୍ତ ବେଜ ପ୍ରମୁଖ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶେଷରେ ଖବରଦାତା ଗୋପାଳକୃଷ୍ଣ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri