ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: ପ୍ରଦୀପ ସମ୍ପାଦକ ଭାବେ ନିର୍ବାଚିତ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କେବଳ ସମ୍ପାଦକ ପଦବୀ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶନିବାର ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଛି। ଆଇନଜୀବୀମାନେ ନିଜ ମତଦାନ ସାବ୍ୟସ୍ତ କରିଥିଲେ। ଗଣତି ପରେ ପ୍ରଦୀପ କୁମାର ନାୟକ ତାଙ୍କ ପ୍ରତିଦ୍ୱନ୍ଦ୍ୱି ମନୋଜ କୁମାର ପଣ୍ଡାଙ୍କୁ ୨ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତ କରି ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ଚନ୍ଦ୍ରଧଜ ସିଂହ ଘୋଷଣା କରିଛନ୍ତି।

ସମୁଦାୟ ୬୧ଜଣ ସଦସ୍ୟ ମତଦାନ କରିଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଯାଇଛି। ପ୍ରଦୀପଙ୍କୁ ୩୧ଏବଂ ମନୋଜଙ୍କ ସପକ୍ଷରେ ୨୯ଖଣ୍ଡ ଭୋଟ ମିଳିଥିଲା। ସେହିପରି ଉପସଭାପତି ଭାବେ ସନ୍ତୋଷ କୁମାର ସାହୁ, ସହ ସମ୍ପାଦକ ଭାବେ ରବିଚନ୍ଦ୍ର ଗୌଡ଼ ଜଣେ ଲେଖାଏ ନାମାଙ୍କନ ଦାଖଲ କରିଥିବାରୁ ଉଭୟଙ୍କୁ ଅପ୍ରତିଦ୍ବନ୍ଦି ଭାବେ ନିବାଚିତ ଘୋଷଣା କରାଯାଇଛି।

ସୂଚନା ଯୋଗ୍ୟ, ସଂଘର ସଭାପତି ପଦବୀ ପାଇଁ ନାମାଙ୍କନ ଦାଖଲ କରିଥିବା କୁରେଶୁୁ ପଣ୍ଡା, ହରପ୍ରସାଦ ରଥ ଏବଂ ଗଜାନନ ତ୍ରିପାଠୀଙ୍କ ନାମାଙ୍କନକୁ ନିର୍ବାଚନ ଅଧିକାରୀ ପୂର୍ବରୁ ନାକଚ କରିଥିଲେ। ଏହି ପଦବୀ ପାଇଁ ସଂଘର ୩ ସଦସ୍ୟ ପୂର୍ବରୁ ନିର୍ଦ୍ଧାରିତ ଦିବସରେ ନାମାଙ୍କନ ଦାଖଲ କରିଥିଲେ ମଧ୍ୟ ପ୍ରାର୍ଥୀପତ୍ର ଯାଞ୍ଚ ସମୟରେ ନିର୍ବାଚନ ଅଧିକାରୀ ସଭାପତି ପଦବୀ ପାଇଁ ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀମାନଙ୍କ ଓକିଲାତି ଅଭିଜ୍ଞତା ଉପରେ ପ୍ରଶ୍ନ ଉଠାଇଥିଲେ।

ଗତ ୨୦୨୨ରେ ଖେମୁଣ୍ଡି ଓକିଲ ସଂଘର ନିର୍ଦ୍ଧାରଣ ପ୍ରକାରେ ସଭାପତି ପଦବୀ ପାଇଁ ୨୫ ବର୍ଷରୁ ଊଦ୍ଧର୍‌ବ ଅଭିଜ୍ଞତା ଆବଶ୍ୟକ ଥିବା ବେଳେ ନାମାଙ୍କନ ଦାଖଲ କରିଥିବା ୩ ପ୍ରାର୍ଥୀଙ୍କ ଓକିଲାତି ଅଭିଜ୍ଞତା ୨୫ ବର୍ଷ ପୁରି ନ ଥିବା କାରଣରୁ ନାମାଙ୍କନଗୁଡିକୁ ନାକଚ କରି ଦେଇଥିଲେ। ସେ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ଆଇନଜୀବୀ ପରିଷଦକୁ ଜଣାଇଥିଲେ। ରାଜ୍ୟପରିଷଦର ଚିଠି ପ୍ରକାରେ ସଭାପତି ପଦବୀ ନିମନ୍ତେ ସଂଘର ସର୍ବ ବରିଷ୍ଠ ସଦସ୍ୟ ହୃଦୟ ରଞ୍ଜନ ମେକାପଙ୍କ ନାଁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri