ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ରାଜ୍ୟ ସଂସ୍କୃତି ବିଭାଗର ଅବସରପ୍ରାପ୍ତ ସହକାରୀ ନିର୍ଦ୍ଦେଶକ ଡ. କୃଷ୍ଣଚନ୍ଦ୍ର ନିଶଙ୍କ ମୁଖ୍ୟବକ୍ତା ରୂପେ ଯୋଗଦାନ  ଅଭିଭାଷଣ ପ୍ରଦାନ କରିଥିଲେ।

ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ପ୍ରହଲ୍ଲାଦ ନାଟକର ନୃତ୍ୟଗୁରୁ ସିମାଞ୍ଚଳ ପାତ୍ର , କଲେଜ ପରିଚାଳନା କମିଟିର ପୂର୍ବତନ ସଭାପତି ଡ. ସନ୍ଧ୍ୟା ରାଣୀ ଦାସ , ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷା ଡ . ପ୍ରଣତି ପାତ୍ର , ଅବସରପ୍ରାପ୍ତ ଅଧ୍ୟାପିକା ଡ଼. ହରପ୍ରିୟା ପଟ୍ଟନାୟକ , ଅବସରପ୍ରାପ୍ତ ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ , ପ୍ରାଧ୍ୟାପକ ଡ଼. ଅଜିତ କୁମାର ପାଣିଗ୍ରାହୀ ,  ଡ. କୃଷ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀ ଛାତ୍ର ମାନେ ଭଲ ପାଠ ପଢିବା ସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି କଲେଜର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅଧ୍ୟାପିକା ଡ. ନିର୍ମଳା ମହାନ୍ତି ସ୍ବାଗତ ଅଭିଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ପରିଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀ ଛାତ୍ର ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । କଲେଜର ସମସ୍ତ ଅଧ୍ୟାପିକା,ଅଧ୍ୟାପକ ଏବଂ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ମେଲୋଡି ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri