ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ ବୁଧବାର ସ୍ୱତନ୍ତ୍ର ବୃକ୍ଷ ଚାରା ରୋପଣ ଅଭିଯାନ  ଓ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ “ବୃକ୍ଷ ଚାରା ରୋପଣ କରି ସବୁଜ ପଦକ୍ଷେପ ମାଧ୍ୟମରେ ପୃଥିବୀକୁ  ସୁସ୍ଥ ରଖିବା” ଶୀର୍ଷକ ସଚେତନତା ସଭାରେ ଅତିଥି ଭାବେ ଦିଗପହଣ୍ଡି ବନ ବିଭାଗ ରେଞ୍ଜର ଦିବ୍ୟରଞ୍ଜନ ସାହୁ, ଫରେଷ୍ଟର ସନ୍ତୋଷ ବିଷୋୟୀ ରତ୍ନ, ସିବାନୀ ଗୌଡ଼ ପ୍ରମୁଖ ମଞ୍ଚାସିନ  ଥିଲେ।ଜଳବାୟୁର ପରିବର୍ତ୍ତନ ରୋକିବା ଏବଂ ପରିବେଶର ସୁରକ୍ଷା ପାଇଁ ବୃକ୍ଷ ଚାରା ରୋପଣ ଓ ତାର ସୁରକ୍ଷା  ଜରୁରୀ ଅଟେ । ସାମ୍ପ୍ରତିକ ସମୟରେ ଅମ୍ଳଜାନ ଅଭାବକୁ ପୂରଣ କରିବାକୁ ହେଲେ ପର୍ଯ୍ୟାପ୍ତ ବୃକ୍ଷରୋପଣ  କରାଯିବା ସହ ପରିବେଶ ସନ୍ତୁଳନ ପାଇଁ ଆମେ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ। ସମସ୍ତ  ଛାତ୍ରୀଛାତ୍ର ,ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ବ୍ୟାପକ ବୃକ୍ଷ ଚାରା ରୋପଣ କରିବାକୁ ରେଞ୍ଜର ପରାମର୍ଶ ଦେବା ସହ ବୃକ୍ଷ ଚାରା ରୋପଣର ଆବଶ୍ୟକତା ସମ୍ପର୍କରେ ଉପସ୍ଥିତ  ଛାତ୍ରୀଛାତ୍ର ମାନଙ୍କୁ ସଚେତନ କରାଇଥିଲେ। ଏହାପରେ କଲେଜ ପରିସରରେ  ଅତିଥି ବୃନ୍ଦ ,ଅଧ୍ୟାପିକା  ଅଧ୍ୟାପକ ଓ ଛାତ୍ରୀ ଛାତ୍ର ମାନେ ମିଶି ବିଭିନ୍ନ କିସମର ବୃକ୍ଷ ଚାରା ରୋପଣ କରିଥିଲେ।
ସମସ୍ତ କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା ଯୁକ୍ତ ୩ ୟୁନିଟ ଶାଖାର ପ୍ରୋଗ୍ରାମ ଅଫିସର ଅଧ୍ୟାପିକା  କୁମାରୀ ଅଞ୍ଜଳି ମଣ୍ଡଳ  ପରିଚାଳନା କରିଥିଲେ। ପରିଶେଷରେ ଯୁକ୍ତ ୨ ଏନଏନଏସ ଶାଖାର ପ୍ରୋଗ୍ରାମ ଅଫିସର ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ଦିୱାନ ବେହେରା ଜଙ୍ଗଲୀକରଣ ଏବଂ ବୃକ୍ଷ ସୁରକ୍ଷାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri