ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଘାଟିତ, ବିଧାୟକ ଯୋଗ ଦେଇ…

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହି ଗାନ୍ଧୀ ଛକରେ ଦୁଇଦିନବ୍ୟାପୀ ଖେମୁଣ୍ଡି ଲୋକ କଳା ମହୋତ୍ସବ ସୋମବାର ପୂର୍ବାହ୍ନ ସାଢ଼େ ୧୧ ଟାରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର, ଲୋକ ସଂସ୍କୃତି ଗବେଷକ ତଥା ବିଶିଷ୍ଟ ନାଟ୍ୟକାର ମନ୍ମଥ କୁମାର ଶତପଥି, ଆକାଶବାଣୀ ରେଡ଼ିଓ ଓ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ଼. ଶାନ୍ତନୁ କୁମାର ରଥ, ତହସିଲଦାର ସନ୍ତୋଷ କୁମାର ସାହୁ, ସାହିତ୍ୟକ ଡ଼. ସୁରେନ୍ଦ୍ର ନାଥ ପାଣିଗ୍ରାହୀ, ଡ଼. କୁଳମଣି ଓଝା, ଐତିହାସିକ ତଥା ଗବେଷକ ଡ଼.ଅନନ୍ତରାମ କର କୌଣ୍ଡିନ୍ୟ, ଗଞ୍ଜାମ ଜିଲା ସଂସ୍କୃତି ପରିଷଦ ସଦସ୍ୟ ବିଘ୍ନେଶ୍ୱର ସାହୁ ସଭା ସ୍ଥଳରେ ପହଞ୍ଚିବା ପରେ ଗାନ୍ଧୀ ଛକରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ଓ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ପରେ ସ୍ଥାନୀୟ କଳିଙ୍ଗ ବୈଶ୍ୟ ସମାଜ ଗୃହ ପରିସରରେ ଆୟୋଜିତ ଲୋକକଳା ପ୍ରଦର୍ଶନୀକୁ ବିଧାୟକଙ୍କ ଉପସ୍ଥିତିରେ ଆକାଶବାଣୀ ରେଡ଼ିଓ ଓ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ଼. ଶାନ୍ତନୁ କୁମାର ରଥ ଉଦଘାଟନ କରିଥିଲେ । ସେହିପରି ସ୍ଥାନୀୟ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ ‘ଖେମୁଣ୍ଡିର ଲୋକ କଳା ବିଭବ’ ସମ୍ପର୍କିତ ଆଲୋଚନା ସଭାରେ ରାଜ୍ୟ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ ଏବଂ ମହୋତ୍ସବ କମିଟି ସମ୍ପାଦକ ଆଲୋକ ବିଷୋୟୀଙ୍କ ମିଳିତ ସଂଯୋଜନାରେ ଆୟୋଜିତ ଆଲୋଚନା ସଭାରେ ଅତିଥିବୃନ୍ଦ ଖେମୁଣ୍ଡିି ଗଡ଼ଜାତ ଅଞ୍ଚଳର ଲୋକ କଳା, ସଂସ୍କୃତି, ପାରମ୍ପରିକ ଲୋକ ନୃତ୍ୟ, ନାଟ୍ୟ ଅଭିନୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ସଭାପତି ବିଶ୍ୱନାଥ ଚୌଧୁରୀ, ମହୋତ୍ସବ କମିଟି କୋଷାଧ୍ୟକ୍ଷ ରଘୁନାଥ ପାଣିଗ୍ରାହୀ, କାର୍ଯ୍ୟକର୍ତ୍ତା କୁରେଶୁ ପଣ୍ଡା, ଅଶେଷ ନାଥ ମିଶ୍ର,ହର ପ୍ରସାଦ ରଥ, ସରପଞ୍ଚ ଲିଙ୍ଗରାଜ ଦୋରା, ନାଟ୍ୟ କଳା ନିର୍ଦ୍ଦେଶକ ରବୀନ୍ଦ୍ର ନାଥ ଡାକୁଆ, ଅବସରପ୍ରାପ୍ତ ଶିକ୍ଷକ ପଦ୍ମଚରଣ ମେକାପ, କାଳୁ ଚରଣ ପାଣିଗ୍ରାହୀଙ୍କ ସମେତ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି, ବିଭିନ୍ନ କଲେଜର ଛାତ୍ରୀ ଛାତ୍ର ବୃନ୍ଦ ଉପସ୍ଥିତ ଥିଲେ। ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦର ସଦସ୍ୟ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri