ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଘାଟିତ, ବିଧାୟକ ଯୋଗ ଦେଇ…

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହି ଗାନ୍ଧୀ ଛକରେ ଦୁଇଦିନବ୍ୟାପୀ ଖେମୁଣ୍ଡି ଲୋକ କଳା ମହୋତ୍ସବ ସୋମବାର ପୂର୍ବାହ୍ନ ସାଢ଼େ ୧୧ ଟାରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର, ଲୋକ ସଂସ୍କୃତି ଗବେଷକ ତଥା ବିଶିଷ୍ଟ ନାଟ୍ୟକାର ମନ୍ମଥ କୁମାର ଶତପଥି, ଆକାଶବାଣୀ ରେଡ଼ିଓ ଓ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ଼. ଶାନ୍ତନୁ କୁମାର ରଥ, ତହସିଲଦାର ସନ୍ତୋଷ କୁମାର ସାହୁ, ସାହିତ୍ୟକ ଡ଼. ସୁରେନ୍ଦ୍ର ନାଥ ପାଣିଗ୍ରାହୀ, ଡ଼. କୁଳମଣି ଓଝା, ଐତିହାସିକ ତଥା ଗବେଷକ ଡ଼.ଅନନ୍ତରାମ କର କୌଣ୍ଡିନ୍ୟ, ଗଞ୍ଜାମ ଜିଲା ସଂସ୍କୃତି ପରିଷଦ ସଦସ୍ୟ ବିଘ୍ନେଶ୍ୱର ସାହୁ ସଭା ସ୍ଥଳରେ ପହଞ୍ଚିବା ପରେ ଗାନ୍ଧୀ ଛକରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ଓ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ପରେ ସ୍ଥାନୀୟ କଳିଙ୍ଗ ବୈଶ୍ୟ ସମାଜ ଗୃହ ପରିସରରେ ଆୟୋଜିତ ଲୋକକଳା ପ୍ରଦର୍ଶନୀକୁ ବିଧାୟକଙ୍କ ଉପସ୍ଥିତିରେ ଆକାଶବାଣୀ ରେଡ଼ିଓ ଓ ଦୂରଦର୍ଶନର ପ୍ରାକ୍ତନ ନିର୍ଦ୍ଦେଶକ ଡ଼. ଶାନ୍ତନୁ କୁମାର ରଥ ଉଦଘାଟନ କରିଥିଲେ । ସେହିପରି ସ୍ଥାନୀୟ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ ‘ଖେମୁଣ୍ଡିର ଲୋକ କଳା ବିଭବ’ ସମ୍ପର୍କିତ ଆଲୋଚନା ସଭାରେ ରାଜ୍ୟ ସଂସ୍କୃତି ବିଭାଗର ପ୍ରାକ୍ତନ ଉପ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ ଏବଂ ମହୋତ୍ସବ କମିଟି ସମ୍ପାଦକ ଆଲୋକ ବିଷୋୟୀଙ୍କ ମିଳିତ ସଂଯୋଜନାରେ ଆୟୋଜିତ ଆଲୋଚନା ସଭାରେ ଅତିଥିବୃନ୍ଦ ଖେମୁଣ୍ଡିି ଗଡ଼ଜାତ ଅଞ୍ଚଳର ଲୋକ କଳା, ସଂସ୍କୃତି, ପାରମ୍ପରିକ ଲୋକ ନୃତ୍ୟ, ନାଟ୍ୟ ଅଭିନୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ସଭାପତି ବିଶ୍ୱନାଥ ଚୌଧୁରୀ, ମହୋତ୍ସବ କମିଟି କୋଷାଧ୍ୟକ୍ଷ ରଘୁନାଥ ପାଣିଗ୍ରାହୀ, କାର୍ଯ୍ୟକର୍ତ୍ତା କୁରେଶୁ ପଣ୍ଡା, ଅଶେଷ ନାଥ ମିଶ୍ର,ହର ପ୍ରସାଦ ରଥ, ସରପଞ୍ଚ ଲିଙ୍ଗରାଜ ଦୋରା, ନାଟ୍ୟ କଳା ନିର୍ଦ୍ଦେଶକ ରବୀନ୍ଦ୍ର ନାଥ ଡାକୁଆ, ଅବସରପ୍ରାପ୍ତ ଶିକ୍ଷକ ପଦ୍ମଚରଣ ମେକାପ, କାଳୁ ଚରଣ ପାଣିଗ୍ରାହୀଙ୍କ ସମେତ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି, ବିଭିନ୍ନ କଲେଜର ଛାତ୍ରୀ ଛାତ୍ର ବୃନ୍ଦ ଉପସ୍ଥିତ ଥିଲେ। ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦର ସଦସ୍ୟ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….

ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?