ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ ୮ରେ ମାଙ୍ଗାଲୋଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ୧୯୯୩ରେ ସେ ବାଜିଗର ଫିଲ୍ମ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ୧୯9୯୪lରେ ମେ ଖିଲାଡ଼ି ତୁ ଅନାଡି, ୨୦୦୦ରେ ଧଡ଼କନ୍‌, ୨୦୦୧ରେ ଇଣ୍ଡିଆନ୍‌, ୨୦୦୨ରେ ରିସ୍ତେ, ୨୦୦୪ରେ ଫିର୍‌ ମିଲେଙ୍ଗେ, ୨୦୦୫ରେ ଦଶ୍‌, ୨୦୦୭ରେ ଲାଇଫ୍‌ ଇନ୍‌ ମେଟ୍ରୋ ଆଦି ଫିଲ୍ମରେ ସେ ଅଭିନୟ କରି ବେଶ୍‌ ସଫଳତା ହାସଲ କରିଥିଲେ। ବାଜିଗର ଫିଲ୍ମର ଛୁପା ନା ଭି ନୈହି ୟାତା.. ଗୀତ ସବୁବେଳେ ସଭିଙ୍କକୁ ଭାବୁକ କରିଥାଏ। ଶିଳ୍ପା ଏବଂ ଖିଲାଡି ବୟ ଅକ୍ଷୟ କୁମାରଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଦୀର୍ଘଦିନ ଧରି ଚର୍ଚ୍ଚା ହୋଇଥିଲା। ଅକ୍ଷୟଙ୍କ ସହିତ ତାଙ୍କ ସମ୍ପର୍କ ବିଷୟରେ ଶିଳ୍ପା ଏକ ସାକ୍ଷାତ୍‌କାରରେ ଖୋଲାଖୋଲି ପ୍ରକାଶ କରିଥିଲେ। ୨୨ ବର୍ଷ ବୟସରେ ଶିଳ୍ପାଙ୍କ ଜୀବନର ଧାରା ବଦଳି ଯାଇଥିଲା। ଏଥିପାଇଁ ଅକ୍ଷୟ ଦାୟୀଥିବା ସେ କହିଥିଲେ। ସେତେବେଳେ ଶିଳ୍ପାଙ୍କ ଏହି ମନ୍ତବ୍ୟ ନେଇ ବଲିଉଡ୍‌ରେ ହଇଚଇ ସୃଷ୍ଟି ହୋଇଥିଲା। ୨୦୦୯ର ସେ ବିଜ୍‌ନେସ୍‌ ମ୍ୟାନ୍‌ ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri