୧୭ରୁ କ୍ଷିତିଜ୍‌-ଇଷ୍ଟର୍ନ ରିଜିଓନାଲ କନ୍‌ଫରେନ୍ସ-୨୦୨୨

ଭୁବନେଶ୍ୱର,୧୨।୧୨: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆର୍କିଟେକ୍ଟସ୍‌ ଓଡ଼ିଶା ଚାପ୍ଟର ପକ୍ଷରୁ ଏକ ୩ ଦିନିଆ ଜାତୀୟ ସମ୍ମିଳନୀ ‘କ୍ଷିତିଜ୍‌-ଇଷ୍ଟର୍ନ ରିଜିଓନାଲ କନ୍‌ଫରେନ୍ସ-୨୦୨୨’ର ଆୟୋଜନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ସମ୍ମିଳନୀ ଚଳିତ ମାସ ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ହୋଟେଲ ମେ ଫେୟାର କନ୍‌ଭେନସନ୍‌ ସେଣ୍ଟରରେ ଆୟୋଜିତ ହେବ ବୋଲି ଜଣାପଡିଛି। ଏହି ପରିପ୍ରେକ୍ଷୀରେ ଆଇଆଇଏ ଓଡିଶା ଚାପ୍ଟର ପକ୍ଷରୁ ରବିବାର ସ୍ଥାନୀୟ ପ୍ରେସକ୍ଲବଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା।

ଏ ସମ୍ପର୍କରେ ଆଇଆଇଏ ଓଡ଼ିଶା ଚାପ୍ଟରର ଅଧ୍ୟକ୍ଷ ଆର୍କିଟେକ୍ଟ ରାଜ୍‌ କନ୍‌ୱର ନାୟକ କହିଥିଲେ, ଆମେ ଖୁବ୍‌ ଆନନ୍ଦର ସହ ପୂର୍ବଭାରତର ଆର୍କିଟେକ୍ଟମାନଙ୍କର ସର୍ବବୃହତ ସମ୍ମିଳନୀ ‘ଇଆରସି-୨୦୨୨’ ଆୟୋଜନ ବିଷୟ ଘୋଷଣା କରୁଛୁ। ଏହି ସମ୍ମିଳନୀରେ ସଦସ୍ୟମାନଙ୍କର ବୃତ୍ତିଗତ ମାନଦଣ୍ଡକୁ ଆଗକୁ ବଢାଇବା ସହ ସମାଜର ଅର୍ଥନୀତି ତଥା ସଂସ୍କୃତିର ସ୍ଥାୟୀ ଏବଂ ସୁସଂଗଠିତ ଅଭିବୃଦ୍ଧି କ୍ଷେତ୍‌ରରେ ଆର୍କିଟେକ୍ଟମାନଙ୍କର ମୂଳ ବିସ୍ତାର ଓ ପ୍ରସାର କରିବାକୁ ଲକ୍ଷ୍ୟ ରଖାଯାଇଛି। ଉକ୍ତ କାର୍ଯ୍ୟକ୍ରମର ଶୀର୍ଷକ କ୍ଷିତିଜ୍‌-ଦି ରାଇଜିଂ ଆର୍କିଟେକ୍ଚରାଲ ହୋରାଇଜନ୍‌ ଆମର ପ୍ରଗତିଶୀଳ ବୃତ୍ତିକୁ ପରିପ୍ରକାଶ କରେ। ଇଆରସି-୨୦୨୨ରେ ଆଞ୍ଚଳିକ, ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ଥପତି, ବକ୍ତା, ପ୍ରତିନିଧି, ଟେକନିକାଲ ପାର୍ଟନର, ଛାତ୍ରୀଛାତ୍ର, ବୃତ୍ତିଗତ ଶିଳ୍ପ ପ୍ରତିନିଧି ଏବଂ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ମତ ଆଦାନପ୍ରଦାନ କରିବାର ସୁଯୋଗ ପ୍ରଦାନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri