କେଏଚ୍‌ଏଲ୍‌ର ଗୋଲ୍ଡେନ ଜେନେରଶନ ହେଲ୍ପଲାଇନ

ଭୁବନେଶ୍ୱର,୪।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌’ (କେଏଚ୍‌ଏଲ୍‌) ଭୁବନେଶ୍ୱର ପକ୍ଷରୁ ଗୋଲ୍ଡେନ ଜେନେରଶନ (ବରିଷ୍ଠ ନାଗରିକ) ହେଲ୍ପଲାଇନ ‘୧୮୦୦୫୭୨୫୦୦୦’ ସେବା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ପୋଲିସ ପ୍ରଶାସକ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ମୁଖ୍ୟ ଅତିଥି ଭାବେ ଯୋଗ୍‌ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେଏଚ୍‌ଏଲ୍‌ର ଅଧ୍ୟକ୍ଷ ଡା.ସୀତାକାନ୍ତ ଦାଶ, ଏମ୍‌ଡି ନିଲାଞ୍ଜନା ମୁଖାର୍ଜୀ, ନିର୍ଦ୍ଦେଶକ ରାଜେଶ ଦାଶଙ୍କ ସମେତ ବରିଷ୍ଠ ନାଗରିକ ସଂଘର ୧୦୦ରୁ ଅଧିକ ସଦସ୍ୟ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏଭଳି ଏକ ସ୍ବତନ୍ତ୍ର ସେବାର ଆନୁଷ୍ଠାନିକ ଶୁଭାରମ୍ଭ କରିଥିବାରୁ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଭୂୟସୀ ପ୍ରଶଂସା କରିଥିଲେ।
ଏହି ପରିପ୍ରେକ୍ଷୀରେ ଡା.ସୀତକଣ୍ଠ କହିଥିଲେ, ଏହି ହେଲ୍ପଲାଇନ ସେବା ଦିନରାତି କାର୍ଯ୍ୟ କରିବ। ଏଥିରେ ପେସାଦାର ତାଲିମପ୍ରାପ୍ତ କର୍ମଚାରୀଙ୍କୁ ସାମିଲ କରାଯାଇଛି। ଏହି ହେଲ୍ପଲାଇନ୍‌ ଦ୍ୱାରା ବୟସ୍କ ବ୍ୟକ୍ତିମାନଙ୍କୁ ସେମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ଏବଂ ଜରୁରିକାଳୀନ ପରିସ୍ଥିତିର ସମାଧାନ କରାଯିବ। ଏହା ସହିତ ଡାକ୍ତରୀଦଳ ତଥା ଅନ୍ୟାନ୍ୟ ସହଯୋଗୀମାନେ ଜରୁରିକାଳୀନ ପରିସ୍ଥିତିରେ ତୁରନ୍ତ ସହାୟତା ଏବଂ ଚିକିତ୍ସା ସହାୟତା ମଧ୍ୟ ପ୍ରଦାନ କରିବ ବୋଲି ନିଲାଞ୍ଜନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri