୧୬ ହଜାର ଲୋକଙ୍କୁ ହତ୍ୟା କରିଥିବା ବ୍ୟକ୍ତି ଶେଷରେ ଆଖିବୁଜିଲେ

କାମ୍ବୋଡିଆ,୪।୯: ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କ ଶାସନ କାଳରେ କାମ୍ବୋଡିଆର ୧୬ ହଜାର ସାଧାରଣ ନାଗରିକଙ୍କୁ ନିର୍ଯାତନା ଦେଇ ହତ୍ୟା କରିଥିବା ପୂର୍ବତନ ଜେଲର କିଆଙ୍ଗ ଗୁୟେକ ଇୟାଭ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା କିଆଙ୍ଗଙ୍କୁ ନିଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୧୯୭୦ରେ କିଆଙ୍ଗ କାମ୍ବୋଡିଆର ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କ ମୁଖ୍ୟ ଜେଲର ଥିଲେ। ସେ ଏକଛତ୍ରବାଦୀ ଶାସକଙ୍କ ବିରୁଦ୍ଧରେ ସ୍ବର ଉତ୍ତୋଳନ କରୁଥିବା ପ୍ରତ୍ୟେକ କଏଦୀଙ୍କୁ ନିର୍ଯାତନା ଦେଉଥିଲେ ଏବଂ ହତ୍ୟା କରୁଥିଲେ। ୧୬ ହଜାର ଲୋକଙ୍କ ହତ୍ୟା ଏବଂ ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କୁ ସମର୍ଥନ କରୁଥିବାରୁ କିଆଙ୍ଗଙ୍କୁ ଯୁଦ୍ଧ ଅପରାଧୀ ଘୋଷିତ କରାଯାଇଥିଲା। ୧୯୭୦ରେ ଲୋକମାନେ ଖେମର ରୁଜ ବିରୁଦ୍ଧରେ ବିଦ୍ରୋହ କରିଥିଲେ। କିଆଙ୍ଗ ଏକଛତ୍ରବାଦୀ ଶାସନର ଆଦେଶରେ କ୍ରୁରତାର ସମସ୍ତ ସୀମା ଅତିକ୍ରମ କରିଥିଲେ। ଏହି ଯୁଦ୍ଧରେ ପ୍ରାୟ ୧୭ ଲକ୍ଷ ଲୋକ ପ୍ରାଣ ହରାଇଥିଲେ। ବିଦ୍ରୋହୀଙ୍କ ଦମନ ପାଇଁ ଅଧିକାଂଶ ଲୋକଙ୍କୁ ନିର୍ଯାତନା ଦିଆଯାଉଥିଲା। ଏହି ମୃତ୍ୟୁ ସଂଖ୍ୟା କାମ୍ବୋଡିଆର ମୋଟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଥିଲା। ୨୦୦୯ ମସିହାରେ ହୋଇଥିବା ଶୁଣାଣି ପରେ ମିଳିତ ଜାତିସଂଘ ସମର୍ଥିତ ଟ୍ରିବ୍ୟୁନାଲ ଦ୍ୱାରା କିଆଙ୍ଗଙ୍କୁ ଜେଲଦଣ୍ଡ ଦିଆଯାଇଥିଲା। କାରାଗାରରେ ନିଶ୍ୱାସଙ୍‌ପ୍ରଶ୍ୱାସ ନେବା ପରେ ତାଙ୍କୁ କାମ୍ବୋଡିଆ ସୋଭିଏତ୍‌ ଫ୍ରେଣ୍ଡସିପ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ୨୦୦୯ରେ କାରାଦଣ୍ଡରେ ଦଣ୍ଡିତ ହେବା ପରେ କିଆଙ୍ଗଙ୍କୁ ୨୦୧୩ରେ କାଣ୍ଡାଲ ପ୍ରାଦେଶିକ ଜେଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri