ମିଳିଲା ଖୋକା, ମାନୁନି ପୋଲିସ

ଢେଙ୍କାନାଳ ଅଫିସ, ୨୯ା୧୧-ଡ୍ରଗ୍ସ ସେବନକୁ ବିରୋଧ କରିବାରୁ ଢେଙ୍କାନାଳ ପୌରାଞ୍ଚଳ ୨୧ନଂ. ଓ୍ବାର୍ଡ ଅଧୀନ ରେଳଷ୍ଟେଶନ ନିକଟରେ ଥିବା ସଞ୍ଜୟ କୁଷ୍ଠ ରୋଗୀ କଲୋନୀରେ ଶନିବାର ଅପରାହ୍ନରେ ଅସାମାଜିକ ଘଟାଇଥିଲେ ଉନ୍ମତ୍ତକାଣ୍ଡ। ଅଭିଯୁକ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିବା ସହିତ ପ୍ରକାଶ ନାୟକ ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କ ପାଖରେ ପହଞ୍ଚତ୍ପାରିନି ପୋଲିସ। ଅନ୍ୟପଟେ ପ୍ରତ୍ୟକ୍ଷଦର୍ଶୀଙ୍କ ଅଭିଯୋଗ ସତ୍ତ୍ୱେ ଫାଙ୍କା ଗୁଳିଚାଳନାକୁ ପୋଲିସ ପକ୍ଷରୁ ଖଣ୍ଡନ କରାଯାଇଥିଲା। ହେଲେ ରବିବାର କଲୋନୀ ପରିସରରୁ ୯ ଏମ୍‌ଏମ୍‌ର ଏକ ଖୋକା ମିଳିଛି। ତଥାପି ପୋଲିସ ଏହାକୁ ମାନୁନାହିଁ। ଏପରି କି ସୂଚନା ମିଳିବା ସତ୍ତ୍ୱେ ଘଟଣାସ୍ଥଳରେ ତଦନ୍ତ କରାଯାଇନାହିଁ କି ଫୁଟା ଗୁଳି ଜବତ ହୋଇନି। ଦୁର୍ବୃତ୍ତଙ୍କ ଏଭଳି କାଣ୍ଡ ପରେ କଲୋନୀବାସୀ ଆତଙ୍କିତ ଅବସ୍ଥାରେ ରହିଥିବାବେଳେ ପୋଲିସ ଏହାକୁ ଅତ୍ୟନ୍ତ ହାଲୁକା ଭାବରେ ନେବା ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।
ନରଣପୁର ଗ୍ରାମର କେତେଜଣ ଯୁବକ ୫ଦିନ ତଳେ ସଞ୍ଜୟ କୁଷ୍ଠରୋଗୀ କଲୋନୀରେ ପଶି ଡ୍ରଗ୍ସ ସେବନ କରୁଥିବାବେଳେ ଏହାକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରିଥିଲେ। ଶନିବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ନରଣପୁରର ପ୍ରାୟ ୨୦ଜଣ ଯୁବକ କଲୋନୀକୁ ଆସି ୩ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଥିଲେ। ଘଟଣାଦିନ ଡ୍ରଗ୍ସ ସେବନକୁ ବିରୋଧ କରିଥିବା ପ୍ରକାଶଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏଥିରେ ସେ ଗୁରୁତର ହୋଇଛନ୍ତି। ଅଭିଯୁକ୍ତମାନେ ଘଟଣା ଘଟାଇ ଫେରାର ହୋଇଯାଇଥିବାବେଳେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ କଲୋନୀବାସୀ ଟାଉନ ଥାନାର ଦ୍ୱାରସ୍ଥ ହୋଇଥିଲେ। ଇତିମଧ୍ୟରେ ରବିବାର କଲୋନୀ ପରିସରରୁ ୯ ଏମ୍‌ଏମ୍‌ର ଏକ ଖୋକା ମିଳିଛି। ଏ ନେଇ ସୂଚନା ଥିବା ସତ୍ତ୍ୱେ ପୋଲିସ ଘଟଣାସ୍ଥଳରେ ତଦନ୍ତ କରିନାହିଁ। ଯଦି ଫୁଟା ଗୁଳି ମିଳିଛି, ତା’ହେଲେ କାହିଁକି ଅଞ୍ଚଳବାସୀ ପୋଲିସ ପାଖକୁ ଆଣୁନାହାନ୍ତି ବୋଲି ଅଧିକାରୀ ଓଲଟା ପ୍ରଶ୍ନ କରୁଛନ୍ତି। ଫଳରେ ପୋଲିସ ତଦନ୍ତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ଟାଉନ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ କୁହନ୍ତି, ପୋଲିସ ପକ୍ଷରୁ ଗଠିତ ୫ ଟିମ୍‌ ଅଭିଯୁକ୍ତଙ୍କୁ ଧରିବାକୁ ଚଢ଼ାଉ ଜାରି ରଖିଛନ୍ତି। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ। ସେହିପରି ଫୁଟା ଗୁଳି ମିଳିଥିବା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବାରୁ ସେ ପାଲଟା ଯୁକ୍ତି ବାଢ଼ିଥିଲେ। ଯଦି ଫୁଟାଗୁଳି ମିଳିଛି, ତେବେ ଅଞ୍ଚଳବାସୀ କାହିଁକି ପୋଲିସ ପାଖରେ ପହଞ୍ଚାଉନାହାନ୍ତି ବୋଲି ସେ କହିଥିଲେ। ଥାନାଧିକାରୀଙ୍କ ଏଭଳି ଅବାନ୍ତର ଯୁକ୍ତି ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏଭଳି ସ୍ପର୍ଶକାତର ଘଟଣାର ତଦନ୍ତ ଠିକ୍‌ ଢଙ୍ଗରେ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?