ରେଡ୍‌ ଜୋନ୍‌କୁ ଆସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୭।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଦୈନିକ ସଂକ୍ରମଣ ୩ ହଜାର ମୁହାଁ ହେଲାଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮,୯୭୦ ନମୂନା ପରୀକ୍ଷା କରାଯାଇଥିବା ବେଳେ ୨,୭୦୩ କରେନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଦୈନିକ ସଂକ୍ରମଣ ହାର ୩.୯୨%କୁ ବୃଦ୍ଧି ଘଟିଛି।

ସୁନ୍ଦରଗଡ଼ ଜିଲାରେ ସର୍ବାଧିକ ଦୈନିକ ସଂକ୍ରମଣ ହାର ଦେଖିବାକୁ ମିଳିଛି। ରାଜ୍ୟ କୋଭିଡ୍‌ ଡ୍ୟାସ୍‌ବୋର୍ଡର ସୂଚନାନୁସାରେ, ସୁନ୍ଦରଗଡ଼ ଜିଲାରେ ସଂକ୍ରମଣ ହାର ୧୦.୮% ଥିବା ବେଳେ ଖୋର୍ଦ୍ଧାରେ ୯.୯%, ଦେବଗଡ଼ ୬.୧, ସମ୍ବଲପୁର ୫.୪, ଝାରସୁଗୁଡ଼ା ୪.୭, ବରଗଡ଼ ୩.୬, କଟକ ୩.୧, ଯାଜପୁରରେ ୩% ରହିଛି। ଖୋର୍ଦ୍ଧା ଜିଲା ରେଡ୍‌ ଜୋନକୁ ଯାଇଥିବା ବେଳେ ସୁନ୍ଦରଗଡ଼ ଜିଲା ୟେଲୋ ଜୋନ୍‌ରେ ରହିଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟାନୁସାରେ, ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୯୨୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରେ ୪୫୪, କଟକ ୧୯୧, ସମ୍ବଲପୁର ୧୭୯, ଝାରସୁଗୁଡ଼ା ୧୦୬, ଯାଜପୁର ୭୮, ବରଗଡ଼ ୭୫, ବାଲେଶ୍ୱର ୭୩, ବଲାଙ୍ଗୀର ୫୪, ପୁରୀରୁ ୫୪ଜଣ ଅଛନ୍ତି। ବାକି ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟ ୫୦ ତଳେ ଥିବା ବେଳେ ମାଳକାନଗିରିରେ ସର୍ବନିମ୍ନ ଜଣେ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ୍‌ କରୋନା ପଜିଟିଭ୍‌ ସଂଖ୍ୟା ୧୦,୬୨,୪୭୬କୁ ବୃଦ୍ଧି ପାଇଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri