ଖୋର୍ଦ୍ଧା ଜିଲା ଓକିଲ ସଂଘ ନିର୍ବାଚନ: ଦ୍ୱିତୀୟ ଥର ଜୀବନଜ୍ୟୋତି ସଭାପତି

ଖୋର୍ଦ୍ଧା,୨୯।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଦ୍ୱିତୀୟ ଥର ଲାଗି ଜୀବନଜ୍ୟୋତି ମିଶ୍ର ନିର୍ବାଚିତ ହୋଇଛନ୍ତି। ୨୧୫ ଖଣ୍ଡ ଭୋଟ ପାଇ ସେ ବିଜୟୀ ହୋଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜୟ ସାମନ୍ତସିଂହାର ୧୧୩ଖଣ୍ଡ ଭୋଟ ପାଇଛନ୍ତି। ଉପସଭାପତି ଭାବେ ପ୍ରଦୀପ୍ତ ପ୍ରସାଦ ରାମ ୨୦୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଲିଙ୍ଗରାଜ ସାହୁ ୧୧୯ଖଣ୍ଡ ଭୋଟ ପାଇଥିଲେ।

ସମ୍ପାଦକ ପଦବୀରେ କ୍ଷୀରୋଦ ମୋହନ ସ୍ବାଇଁ ୨୦୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଲିଙ୍ଗରାଜ ସାହୁ ୧୨୨ଖଣ୍ଡ ଭୋଟ ପାଇଥିଲେ। କୋଷାଧ୍ୟକ୍ଷ ପଦବୀ ପାଇଁ ବସନ୍ତ କୁମାର ଭଞ୍ଜ ୨୧୬ଖଣ୍ଡ ଭୋଟ ପାଇ ଥିବା ବେଳେ ପ୍ରତିଦ୍ୱନ୍ଦ୍ୱୀ ରିତେଶ କୁମାର ସାହୁ ୧୪୪ ଖଣ୍ଡ ଭୋଟ ପାଇ ପରାସ୍ତ ହୋଇଛନ୍ତି। ଯୁଗ୍ମ ସମ୍ପାଦକ ପଦବୀରେ ବଳରାମ ସାହୁ ଅପ୍ରତିଦ୍ବନ୍ଦୀ ରହିଛନ୍ତି। ନିର୍ବାଚନ ଅଧିକାରୀ ଭାବେ ବରିଷ୍ଠ ଆଇନଜୀବୀ ବିଜୟ କୁମାର ଛୋଟରାୟ ନିର୍ବାଚନ ପରିଚାଳନା କରିଥିବା ବେଳେ ଅନ୍ୟ ଆଇନଜୀବୀମାନେ ସହଯୋଗ କରିଥିଲେ।

ସିନିୟର ବର୍ଗରେ କାର୍ଯ୍ୟକାରିଣୀ ସଦସ୍ୟଭାବେ ବୀରେନ୍ଦ୍ର କୁମାର ପ୍ରହରାଜ, ଲୋତକବିନ୍ଦୁ ପଟ୍ଟନାୟକ, ମନୋରଞ୍ଜନ ପଣ୍ଡା, ପ୍ରଦୀପ କୁମାର ଦଳାଇ ଓ ବିକ୍ରମ ଛୁଆଳସିଂହ ଏବଂ ମହିଳା ସଦସ୍ୟା ଭାବେ ମୋନାଲିସା ମିଶ୍ର ଅପ୍ରତିଦ୍ବନ୍ଦ୍ୱୀ ରହିଛନ୍ତି। ଜୁନିୟର ବିଭାଗର ୪ ପଦବୀରେ କେହି ନିର୍ବାଚନ ଲଢି ନ ଥିବା ଜଣାପଡ଼ିଛି
ନିର୍ବାଚନ ଫଳାଫଳ ଘୋଷଣା ପରେ କୋର୍ଟ ପରିସରରେ ଆଇନଜୀବୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଆଇନଜୀବୀମାନେ ବିଜୟୀ ପ୍ରାର୍ଥୀଙ୍କୁ ପୁଷ୍ପଗଚ୍ଛ, ଫୁଲମାଳ ଦେଇ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସଭାପତି ଜୀବନଜ୍ୟୋତି ମିଶ୍ର, ସମ୍ପାଦକ କ୍ଷୀରୋଦ ମୋହନ ସ୍ବାଇଁ ଆଇନଜୀବୀଙ୍କ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଗୁରୁତ୍ୱ ଦେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri