ଖୋର୍ଦ୍ଧା ଏସ୍‌ପିଙ୍କୁ କରୋନା

ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାପିଡ୍‌ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଜିଲା ପୋଲିସ ମୁଖ୍ୟାଳୟର ଜଣେ ପୋଲିସ କର୍ମଚାରୀ ସଂକ୍ରମିତ ହୋଇଥିଲେ। ତାଙ୍କ ସଂସ୍ପର୍ଶରେ ଏସ୍‌ପି ଆସିଥିବା ସନ୍ଦେହ କରାଯାଉଛି। ସଂକ୍ରମଣ ଆଶଙ୍କା କରି ସେ ନିଜର ସ୍ବାବ୍‌ ଟେଷ୍ଟ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ୧୩ରୁ ୧୫ଜଣ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରହିବା ସହ ସ୍ବାବ୍‌ ଟେଷ୍ଟ କରାଇବା ପାଇଁ ଏସ୍‌ପି ପରାମର୍ଶ ଦେଇଛନ୍ତି। ଗୁରୁବାର ଅପରାହ୍ନରେ ଏସ୍‌ପି କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯିବ। ତାଙ୍କୁ ହୋମ ଆଇସୋଲେଶନରେ ରହିବାକୁ ଜିଲା ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ସେ ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଦିବଂଗତ କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ସମୁହ ନୀରବ ପ୍ରାର୍ଥନା ଓ ଶପଥ ପାଠ କରିଥିଲେ। ନିକଟରେ ଏସ୍‌ପିଙ୍କ କାର୍ଯ୍ୟାଳୟରୁ ୩ ଜଣ ପୋଲିସ କରୋନା ଚିହ୍ନଟ ହେବା ପରେ କାର୍ଯ୍ୟାଳୟକୁ ସାନିଟାଇଜ କରାଯିବା ସହ ଅଭିଯୋଗକାରୀ ଏବଂ ଅନ୍ୟମାନଙ୍କ ପ୍ରବେଶ ଉପରେ କଟକଣା ଜାରି କରିଥିଲେ। ସେ ଆରୋଗ୍ୟ ଲାଭ କରିବେ ବୋଲି ଜିଲାପାଳ ଓ ଅନ୍ୟ ଜିଲାସ୍ତରୀୟ ଅଧିକାରୀ, ପୋଲିସ ଅଧିକାରୀମାନେ ଆଶାଯକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri