ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍‌ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ ଦୈନିକ ସଂକ୍ରମଣ ୮ହଜାର ପାଖାପାଖି ରହୁଥିଲା। ଏବେ ପୁଣି କରୋନା ୧୦ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯,୮୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲାର ସ୍ଥିତିକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଛି। ଏହି ଦୁଇ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧,୩୩୧ଜଣ ଆକ୍ରାନ୍ତ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୧,୧୩୭ଜଣଙ୍କ ରିପୋର୍ଟ ପଜିଟିଭ୍‌ ବାହାରିଛି। ଗତ ୫ ଦିନ ଭିତରେ କେବଳ ଏହି ଦୁଇ ଜିଲାରୁ ୧୧,୧୩୧ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଓ ୨୬ଜଣଙ୍କ ମୃତ୍ୟୁ ଘଟିଛି। ଏଥିମଧ୍ୟରୁ ଖୋର୍ଦ୍ଧାରେ ୬,୯୩୧ଜଣ ପଜିଟିଭ୍‌ ଓ ୧୬ ମୃତ ଏବଂ ସୁନ୍ଦରଗଡ଼ରେ ୪,୨୦୦ ପଜିଟିଭ୍‌ ଓ ୧୦ ମୃତକ ରହିଛନ୍ତି। ଖୋର୍ଦ୍ଧାରୁ ଚିହ୍ନଟ ମୋଟ ୧,୩୩୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୧୦୭୪ଜଣ ରହିଛନ୍ତି।
ଅନ୍ୟ ଜିଲାରେ ମଧ୍ୟ ସ୍ଥିତି ଧୀରେ ଧୀରେ ବିଗିଡିବାରେ ଲାଗିଛି। କଟକ ଜିଲାରୁ ଆଉ ୭୯୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ବରଗଡ଼ରୁ ୪୮୩, ଅନୁଗୋଳରୁ ୪୪୩, ପୁରୀରୁ ୪୩୬, କଳାହାଣ୍ଡିରୁ ୪୧୪, ଝାରସୁଗୁଡ଼ାରୁ ୩୮୬, ବଲାଙ୍ଗୀରରୁ ୩୨୬, ଗଞ୍ଜାମରୁ ୩୧୦, ଯାଜପୁରରୁ ୨୮୨, କେନ୍ଦୁଝରରୁ ୧୯୫, ସୋନପୁରରୁ ୧୫୮, ଜଗତ୍‌ସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୩୩, ରାୟଗଡ଼ା ଓ ବୌଦ୍ଧରୁ ୧୨୯ ଲେଖାଏ, ଗଜପତିରୁ ୧୧୭ଜଣ ରହିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୪,୮୯,୬୪୧ରେ ପହଞ୍ଚତ୍ଛି। ସେହିପରି ମୃତ ୧୬ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ୪ଜଣ ଥିବାବେଳେ କଳାହାଣ୍ଡି ଓ ଗଜପତିରେ ୩ଜଣ ଲେଖାଏ, ରାୟଗଡ଼ା ଓ ସୁନ୍ଦରଗଡ଼ରେ ୨ଜଣ ଲେଖାଏ, ପୁରୀ ଓ ସମ୍ବଲପୁରରେ ଜଣେ ଲେଖାଏ ରହିଛନ୍ତି। ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨,୧୦୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri