ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ଚିଲିକା ଚଣ୍ଡେଶ୍ୱର ଅଞ୍ଚଳର ଏକ ଚାଉଳ ସ’ମିଲ୍‌ର କର୍ମଚାରୀ ସୁକାନ୍ତ ଚନ୍ଦ୍ର ରାଉତରାୟ ଓ ଅଶୋକ ଏବଂ ଚାଳକ ମହେନ୍ଦ୍ର ଷଣ୍ଢ ବ୍ୟବସାୟ ବାବଦ ବକେୟା ଟଙ୍କା ସଂଗ୍ରହ କରି କାର୍‌ରେ ଫେରୁଥିଲେ। ବାଣପୁର ଓଭରବ୍ରିଜ ଠାରେ ହଠାତ୍‌ ଏକ ଟାଟା ଏସିଇ ସମ୍ମୁଖକୁ ଆସିଯିବାରୁ କାର୍‌ ଚାଳକ ଗାଡ଼ିକୁ ଅଟକାଇଥିଲେ। ଏହି ସମୟରେ ଏକ ପଲସରରେ ୩ଜଣ ମୁଖାପିନ୍ଧା ଦୁର୍ବୃତ୍ତ ସେଠାରେ ପହଞ୍ଚି ହଠାତ୍‌ କାର୍‌ର ଡୋର ଗ୍ଲାସ ଭାଙ୍ଗିବା ସହ କର୍ମଚାରୀମାନଙ୍କୁ ବନ୍ଧୁକ ଦେଖାଇଥିଲେ। ଏହା ପରେ ଗାଡିରେ ଥିବା ଟଙ୍କା ବ୍ୟାଗକୁ ଝାମ୍ପି ନେଇଥିଲେ। ତେବେ କର୍ମଚାରୀ ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ବ୍ଲାଙ୍କ ଫାୟାରିଂ କରି ସେଠାରେ ଖସି ପଳାଇଥିଲେ। ଖବରପାଇ ବାଣପୁର ଥାନା ଅଧିକାରୀ, ବାଲୁଗଁା ଉପଖଣ୍ଡ ଆରକ୍ଷୀ ଅଧିକାରୀ ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଲୁଟେରାଙ୍କ କୌଣସି ସନ୍ଧାନ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri