ମାଲ୍‌ ପରିବହନରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଶୀର୍ଷରେ

ଜଟଣୀ, ୬ା୯(ଡି.ଏନ୍‌.ଏ.):ପୂର୍ବତଟ ରେଲ୍‌ଓ୍ବେର ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ୨୦୨୨ ଅଗଷ୍ଟରେ ଭାରତୀୟ ରେଳ ମଧ୍ୟରେ ମାଲ୍‌ ପରିବହନରେ ଶୀର୍ଷ ସ୍ଥାନ ହାସଲ କରିଛି। ଅଗଷ୍ଟ ୨୦୨୨ରେ ଏହି ମଣ୍ଡଳ ୧୩.୨୭ ମିଲିୟନ୍‌ ଟନ୍‌ ମାଲ ପରିବହନ କରିଛି, ଯାହା ଗତବର୍ଷର ଅଗଷ୍ଟ-୨୦୨୧ରେ ଲୋଡିଂଠାରୁ ୧.୩୮% ଅଧିକ। ରାଜସ୍ବ ବାବଦ ୧୨୭୮ କୋଟି ଟଙ୍କା ଆୟ ହୋଇଛି। ଚଳିତ ଆର୍ଥିକ ବର୍ଷ ଅର୍ଥାତ୍‌ ୧ ଏପ୍ରିଲ୍‌-୨୦୨୨ରୁ ୩୧ ଅଗଷ୍ଟ-୨୦୨୨ ମଧ୍ୟରେ ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ମୋଟ ୬୩.୮୯ ମିଲିୟନ୍‌ ଟନ୍‌ ମାଲ୍‌ ଲୋଡ୍‌ ପରିବହନ କରିଛି। ୨୦୨୨-୨୩ ବର୍ଷ ସମନ୍ବିତ ଲୋଡିଂରେ ଭାରତୀୟ ରେଳବାଇରେ ତୃତୀୟ ସ୍ଥାନ ହାସଲ କରିଛି। ଅଗଷ୍ଟ ୨୦୨୨ରେ ତାଳଚେର, ପାରାଦୀପ, ଧାମରା, ମେରାମୁଣ୍ଡଳି ଆଦି ବିଭିନ୍ନ ଲୋଡିଂ ପଏଣ୍ଟରୁ ଡିଭିଜନ୍‌ ଦ୍ୱାରା ଦୈନିକ ହାରାହାରି ୧୧୬ ର଼୍ୟାକ୍‌ ମାଲ୍‌ ପରିବହନ କରାଯାଇଥିଲା। କୋଇଲା, ସାର, ସିମେଣ୍ଟ, କଞ୍ଚାମାଲ ଆଦି ବିଭିନ୍ନ ପାୱାର ହାଉସ୍‌, ଉତ୍ପାଦନକାରୀ କମ୍ପାନୀ, ଉତ୍ପାଦନ ୟୁନିଟ୍‌ ଏବଂ ଇଣ୍ଡଷ୍ଟ୍ରିଜ୍‌କୁ ପରିବହନ କରାଯାଇଛି। ଖୋର୍ଦ୍ଧାରୋଡ୍‌ ମଣ୍ଡଳ ରେଳ ପ୍ରବନ୍ଧକ ରିଙ୍କେଶ ରୟ ହିତାଧିକାରୀ ତଥା ଜନସାଧାରଣଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ଦେଶର ବିଭିନ୍ନ ସ୍ଥାନକୁ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ କଞ୍ଚାମାଲ ପରିବହନରେ ଦିନରାତି ଉଦ୍ୟମ କରିଥିବା କର୍ମଚାରୀ ଏବଂ ଅଧିକାରୀଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri