Posted inଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ଖୁଶବୁ: ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା

ଚେନ୍ନାଇ, ୧୨।୧୦: ତାମିଲନାଡୁରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଫିଲ୍ମ ଅଭିନେତ୍ରୀ ଖୁଶବୁ ସୁନ୍ଦର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ଯୋଗଦେବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ରାଜ୍ୟ ପ୍ରବକ୍ତା ପଦରୁ ତାଙ୍କୁ ହଟାଇ ଦିଆଯିବା ପରେ ଖୁଶବୁ କଂଗ୍ରେସରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ ବୋଲି କୁହାଯାଉଛି। ଭାଜପାରେ ଯୋଗଦେବା ନେଇ ଏକ ପ୍ରଶ୍ନରରେ ଉତ୍ତରରେ ଖୁଶବୁ କହିଛନ୍ତି ଯେ, ଏସମ୍ପର୍କରେ ସେ କୌଣସି ଟିପ୍ପଣୀ ଦେବାକୁ ଚାହୁଁ ନାହାନ୍ତି। ୨୦୧୯ ଲୋକ ସଭା ନିର୍ବଚନରେ କଂଗ୍ରେସ ପକ୍ଷରୁ ତାଙ୍କୁ ଟିକଟ ନ ଦିଆଯିବାରୁ ସେ ଅସନ୍ତୁଷ୍ଟ ଥିଲେ। ୨୦୨୧ରେ ତାମିଲନାଡୁ ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ନୂଆ ଚେହେରା ଖୋଜା ଯାଉଥିବାବେଳେ ଖୁଶବୁଙ୍କ ଇସ୍ତଫା ରାଜ୍ୟ ରାଜନୀତିକୁ ସରଗରମ କରିଛି। ସୂଚନାଯୋଗ୍ୟ, ଖୁଶବୁ ୨୦୧୦ରେ ଡିଏମ୍‌କେରେ ସାମିଲ ହୋଇଥିଲେ। ପରେ ୨୦୧୪ରେ ସେ ଡିଏମ୍‌କେ ଛାଡି କଂଗ୍ରେସରେ ଯୋଗଦେଇଥିଲେ। ଏବେ ସେ ପୁଣି ଦଳବଦଳ କରିବାକୁ ଯାଉଥିବା ନେଇ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri