Posted inଖେଳ

୩୫ ବଲରେ ଶତକ ହାସଲ କଲେ ଏହି ବ୍ୟାଟ୍ସମ୍ୟାନ

ଲାହୋର, ୧୦।୧୦: ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ଖୁସ୍‌ଦିଲ୍‌ ଶାହ ଟି୨୦ କ୍ରିକେଟ୍‌ରେ ନିଜ ଦେଶ ପକ୍ଷରୁ ଦ୍ରୁତତ୍ତମ ଶତକ ହାସଲ କରିବାର ରେକର୍ଡ କରିଛନ୍ତି। ୨୫ ବର୍ଷୀୟ ଖୁସ୍‌ଦିଲ ମାତ୍ର ୩୫ ବଲରୁ ଶତକ ହାସଲ କରି ରେକର୍ଡ ବୁକ୍‌ରେ ନିଜ ନାମକୁ ଲିପିବଦ୍ଧ କରିଛନ୍ତି। ଏଥିପୂର୍ବରୁ ପାକିସ୍ତାନ ବ୍ୟାଟ୍ସମ୍ୟାନ ଭାବେ ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଶତକ ଅହମ୍ମଦ ଶେହଜାଦ୍‌ଙ୍କ ନାମରେ ଥିଲା। ୨୦୧୨ରେ ଶେହଜାଦ ମାତ୍ର ୪୦ ବଲରୁ ଶତକ ହାସଲ କରିଥିଲେ। କିନ୍ତୁ ୮ ବର୍ଷ ପରେ ଖୁସ୍‌ଦିଲ ଏହି ରେକର୍ଡକୁ ଭାଙ୍ଗି ଦେଇଛନ୍ତି।
ଘରୋଇ ଟି୨୦ ଟୁର୍ନାମେଣ୍ଟରେ ସିନ୍ଧ ଓ ଦକ୍ଷିଣ ପଞ୍ଜାବ ମଧ୍ୟରେ ଅନୁଷ୍ଠିତ ଏକ ମ୍ୟାଚ୍‌ ଅବସରରେ ଖୁସଦିଲ ଏହି ବିସ୍ଫୋରକ ଶତକୀୟ ଇନିଂସ ଖେଳିଥିଲେ। ପ୍ରଥମେ ବ୍ୟାଟିଂ କରି ସିନ୍ଧ ୨୧୬ ରନ କରିଥିଲା। ଜବାବରେ ଖୁସ୍‌ଦିଲଙ୍କ ଶତକ ବଳରେ ଦକ୍ଷିଣ ପଞ୍ଜାବ ଏହି କଷ୍ଟସାଧ୍ୟ ଲକ୍ଷ୍ୟ ହାସଲ କରିନେଇଥିଲା। ସେ ମାତ୍ର ୩୫ ବଲରେ ଶତକ ପୂରଣ କରିଥିଲେ। ଏହି ଶତକୀୟ ଇନିଂସ ଅବସରରେ ଖୁସ୍‌ଦିଲ ୯ ଛକା ଓ ୮ ଛକା ମାରିଥିଲେ। ଫଳରେ ବାଉଣ୍ଡରୀରୁ ସେ ୮୬ ରନ୍‌ ସଂଗ୍ରହ କରିଥିଲେ। ଏଠାରେ ପ୍ରକାଶଯୋଗ୍ୟ, ଓଭରଅଲ୍‌ (ସମସ୍ତ ଅନ୍ତର୍ଜାତୀୟ ଓ ଲିଗ୍‌ ମ୍ୟାଚ୍‌) ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଶତକ କ୍ରିସ୍‌ ଗେଲ୍‌ଙ୍କ ନାମରେ ରହିଛି। ୨୦୧୩ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ପ୍ରତିନିଧିତ୍ୱ କରି ଗେଲ୍‌ ୩୦ ବଲରେ ପୁଣେ ବିପକ୍ଷରେ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri