Posted inଖେଳ

୩୫ ବଲରେ ଶତକ ହାସଲ କଲେ ଏହି ବ୍ୟାଟ୍ସମ୍ୟାନ

ଲାହୋର, ୧୦।୧୦: ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ଖୁସ୍‌ଦିଲ୍‌ ଶାହ ଟି୨୦ କ୍ରିକେଟ୍‌ରେ ନିଜ ଦେଶ ପକ୍ଷରୁ ଦ୍ରୁତତ୍ତମ ଶତକ ହାସଲ କରିବାର ରେକର୍ଡ କରିଛନ୍ତି। ୨୫ ବର୍ଷୀୟ ଖୁସ୍‌ଦିଲ ମାତ୍ର ୩୫ ବଲରୁ ଶତକ ହାସଲ କରି ରେକର୍ଡ ବୁକ୍‌ରେ ନିଜ ନାମକୁ ଲିପିବଦ୍ଧ କରିଛନ୍ତି। ଏଥିପୂର୍ବରୁ ପାକିସ୍ତାନ ବ୍ୟାଟ୍ସମ୍ୟାନ ଭାବେ ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଶତକ ଅହମ୍ମଦ ଶେହଜାଦ୍‌ଙ୍କ ନାମରେ ଥିଲା। ୨୦୧୨ରେ ଶେହଜାଦ ମାତ୍ର ୪୦ ବଲରୁ ଶତକ ହାସଲ କରିଥିଲେ। କିନ୍ତୁ ୮ ବର୍ଷ ପରେ ଖୁସ୍‌ଦିଲ ଏହି ରେକର୍ଡକୁ ଭାଙ୍ଗି ଦେଇଛନ୍ତି।
ଘରୋଇ ଟି୨୦ ଟୁର୍ନାମେଣ୍ଟରେ ସିନ୍ଧ ଓ ଦକ୍ଷିଣ ପଞ୍ଜାବ ମଧ୍ୟରେ ଅନୁଷ୍ଠିତ ଏକ ମ୍ୟାଚ୍‌ ଅବସରରେ ଖୁସଦିଲ ଏହି ବିସ୍ଫୋରକ ଶତକୀୟ ଇନିଂସ ଖେଳିଥିଲେ। ପ୍ରଥମେ ବ୍ୟାଟିଂ କରି ସିନ୍ଧ ୨୧୬ ରନ କରିଥିଲା। ଜବାବରେ ଖୁସ୍‌ଦିଲଙ୍କ ଶତକ ବଳରେ ଦକ୍ଷିଣ ପଞ୍ଜାବ ଏହି କଷ୍ଟସାଧ୍ୟ ଲକ୍ଷ୍ୟ ହାସଲ କରିନେଇଥିଲା। ସେ ମାତ୍ର ୩୫ ବଲରେ ଶତକ ପୂରଣ କରିଥିଲେ। ଏହି ଶତକୀୟ ଇନିଂସ ଅବସରରେ ଖୁସ୍‌ଦିଲ ୯ ଛକା ଓ ୮ ଛକା ମାରିଥିଲେ। ଫଳରେ ବାଉଣ୍ଡରୀରୁ ସେ ୮୬ ରନ୍‌ ସଂଗ୍ରହ କରିଥିଲେ। ଏଠାରେ ପ୍ରକାଶଯୋଗ୍ୟ, ଓଭରଅଲ୍‌ (ସମସ୍ତ ଅନ୍ତର୍ଜାତୀୟ ଓ ଲିଗ୍‌ ମ୍ୟାଚ୍‌) ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଶତକ କ୍ରିସ୍‌ ଗେଲ୍‌ଙ୍କ ନାମରେ ରହିଛି। ୨୦୧୩ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ପ୍ରତିନିଧିତ୍ୱ କରି ଗେଲ୍‌ ୩୦ ବଲରେ ପୁଣେ ବିପକ୍ଷରେ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?