‘ଖୁସି’ ସଫ୍ଟଓ୍ବେର ଉନ୍ମୋଚିତ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପାଠ ପଢ଼ୁଥିବା କିଶୋରୀମାନଙ୍କ ମାସିକ ଋତୁକାଳୀନ ସ୍ବଚ୍ଛତା ଓ ସ୍ବାସ୍ଥ୍ୟରକ୍ଷା ନିମନ୍ତେ ସାନିଟାରି ନାପ୍‌କିନ୍‌ ବଣ୍ଟନ ପାଇଁ ସରକାର ‘ଖୁସି’ ଯୋଜନା ଆରମ୍ଭ କରିଥିଲେ। ୨୦୧୯ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ରାଜ୍ୟର ୩୧୪ଟି ବ୍ଲକ୍‌ ଓ ୫ଟି ମ୍ୟୁନିସିପାଲ୍‌ କର୍ପୋରେଶନ୍‌ ଅଧୀନ ୨୯,୫୭୭ଟି ସ୍କୁଲର ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୬,୮୧,୬୯୦ ଛାତ୍ରୀ ଅନ୍ତର୍ଭୁକ୍ତ। ମଙ୍ଗଳବାର ଲୋକସେବା ଭବନଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ‘ଖୁସି’ ସଫ୍ଟଓ୍ବେରକୁ ଉନ୍ମୋଚନ କରିଛନ୍ତି। ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ଏହି ସଫ୍ଟଓ୍ବେର ମାଧ୍ୟମରେ ଯୋଜନାର ପରିଚାଳନା ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ହୋଇପାରିବା ସହ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ପାରିବ ବୋଲି ମହାପାତ୍ର କହିଛନ୍ତି। ସେହିପରି ବର୍ତ୍ତମାନର ବ୍ୟବସ୍ଥା ଅନୁସାରେ ସାନିଟାରି ନାପ୍‌କିନ୍‌ ଯୋଗାଣକାରୀମାନେ ଠିକ୍‌ ସମୟରେ ସାମଗ୍ରୀ ଯୋଗାଣ ସହ ବ୍ଲକ୍‌ର ନୋଡାଲ୍‌ ଅଫିସରମାନେ ଏସବୁକୁ ସ୍କୁଲରେ ପହଞ୍ଚାଇବେ ଓ ପ୍ରତ୍ୟେକ ଛାତ୍ରୀଙ୍କ ନିକଟରେ ଏହା ନିଶ୍ଚିତ ଭାବେ ପହଞ୍ଚତ୍ପାରିବ।
ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ସରକାରୀ ବିଦ୍ୟାଳୟ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ସ୍କୁଲର ଛାତ୍ରୀଙ୍କୁ ମାସିକ ୧୮ଟି ଲେଖାଏ ସାନିଟାରି ନାପ୍‌କିନ୍‌ ଯୋଗାଇ ଦିଆଯାଉଛି। ଏଥିପାଇଁ ପ୍ରତ୍ୟେକ ବିଦ୍ୟାଳୟରେ ଜଣେ ମହିଳା ନୋଡାଲ ଶିକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି। ୨୦୨୦-୨୧ ମସିହା ପାଇଁ ଟେଣ୍ଡର ପ୍ରକ୍ରିୟା ଚୂଡ଼ାନ୍ତ ହୋଇ ସାମଗ୍ରୀ ଯୋଗାଣ ପ୍ରକ୍ରିୟା ଚାଲୁ ରହିଛି। ଏଥିପାଇଁ ଚଳିତ ବର୍ଷ ୩୦ କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା ହୋଇଛି। ଏହି ଅବସରରେ ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀ ‘ଖୁସି’ର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ। ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ରର ଡେପୁଟି ଡାଇରେକ୍ଟର ଜେନେରାଲ୍‌ ଓ ରାଜ୍ୟ ଇନ୍‌ଫର୍‌ମେଟିକ୍ସ ଅଫିସର କବିତା ରାୟ ଦାସ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶିକା ନିରୁପମା ମହାପାତ୍ର, ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ବିଭାସ ରାୟ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଖୁବ୍‌ଶୀଘ୍ର ଏହି ବ୍ୟବସ୍ଥା ମୋବାଇଲ୍‌ ଆପ୍‌ ମାଧ୍ୟମରେ ମଧ୍ୟ ଉପଲବ୍ଧ ହେବ। ଫଳରେ ଯୋଜନାର ପରିଚାଳନା ସହଜ ଓ ସୁବିଧାଜନକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri