ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚମ୍ପିୟନଶିପ୍‌ ୨୦୨୬ରେ ବଲାଙ୍ଗୀର ଜିଲାର ଉଦୟମାନ ଖେଳାଳି ଖୁସିରାମ ସେଠ ସବ୍‌-ଜୁନିୟର ଟୁଙ୍ଗାଲ ବିଭାଗରେ ରୌପ୍ୟ ପଦକ ଜିତି ବଲାଙ୍ଗୀର ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।
ନିକଟରେ ଅତିରିକ୍ତ ଜିଲାପାଳ ଡ. ବିଜୟାନନ୍ଦ ସେଠୀ ଏବଂ ଉପଜିଲାପାଳ ଆଲୋକ କୁମାର ପଟେଲ ପ୍ରମୁଖ ଖୁସିରାମଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବଷ୍ୟତ କାମନା କରିଥିଲେ। ପେନ୍‌ଚାକ୍‌ ସିଲାଟ୍‌ ଆସୋସିଏଶନ ବଲାଙ୍ଗୀର ଜିଲା ସଭାପତି ମହେନ୍ଦ୍ର କୁମାର ଦର୍ଜୀ ଓ ପ୍ରଶିକ୍ଷକ ମାଷ୍ଟର ପ୍ରଶାନ୍ତ ପାତ୍ର ମଧ୍ୟ ଖୁସିରାମଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଜାତୀୟ ପେନ୍‌ଚାକ୍‌ ସିଲାଟ୍‌ ପ୍ରତିଯୋଗିତାରେ ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ରଶାସିତ ଅଞ୍ଚଳର ୧୯୦୦ରୁ ଊର୍ଦ୍ଧ୍ୱ ଖେଳାଳି ଅଂଶଗ୍ରହଣ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?