କିଆ ଇଣ୍ଡିଆର ଦି ନ୍ୟୁ ସେଲ୍‌ଟସ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ୍‌ ସାଇଜ ଏସ୍‌ୟୁଭି ‘ଦି ନ୍ୟୁ କିଆ ସେଲ୍‌ଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଦି ନ୍ୟୁ କିଆ ସେଲ୍‌ଟସ୍‌ରେ ଅନେକ ଅତ୍ୟାଧୁନିକ ଜ୍ଞାନକୌଶଳ ସହ ବର୍ତ୍ତମାନର ଫିଚର ଏବଂ ସୁବିଧା ମଧ୍ୟ ଉପଲବ୍ଧ। ସେହିଭଳି ଉକ୍ତ ମଡେଲ ନୂଆ ରୂପରେ ବଜାର ପ୍ରବେଶ ହୋଇଥିବାବେଳେ ଏକ ଆକର୍ଷଣୀୟ ଡିଜାଇନ ଏବଂ ଉନ୍ନତ ବୈଶିଷ୍ଟ୍ୟରେ କିଆ ସେଲ୍‌ଟସ୍‌ ସୁସଜ୍ଜିତ ରହିଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁନ୍‌ ୩୦ରେ ଦି ନ୍ୟୁ କିଆ ସେଲ୍‌ଟସ୍‌ର ଟିଜର ଜାରି କରାଯାଇଥିଲା। ଉକ୍ତ ମେଡଲର ଟିଜର ଗ୍ରାହକଙ୍କ ମନରେ ଏକ ପ୍ରକାର ଉତ୍କଣ୍ଠା ସୃଷ୍ଟି କରିବା ସହ ସର୍ବଭାରତୀୟ ଉନ୍ମୋଚନକୁ ଅପେକ୍ଷା କରିଥିବା ଗ୍ରାହକମାନେ ବିଭିନ୍ନ ମାଧ୍ୟମରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ,୨୦୨୩ ଜୁଲାଇ ୧୪ରୁ ଦି ନ୍ୟୁ କିଆ ସେଲ୍‌ଟସ୍‌ର ବୁକିଂ ଆରମ୍ଭ ହେଉଥିବାବେଳେ ଏହାର ଗ୍ରାହକମାନେ ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ ଜରିଆରେ ମଧ୍ୟ ଉକ୍ତ ମଡେଲ ଉଭୟ କିଆର ଅଫିସିଆଲ ଓ୍ବେବ୍‌ସାଇଟ ଏବଂ ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟଗୁଡିକରେ ବୁକିଂ ଉପଲବ୍ଧ ହେବ ବୋଲି କିଆ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ୨୦୧୯ ଅଗଷ୍ଟରେ ସେଲ୍‌ଟସ୍‌ର ଶୁଭାରମ୍ଭ ସହ ଭାରତୀୟ ବଜାରରେ କିଆ ପ୍ରବେଶ କରିଥିଲା ଏବଂ ଏହା ଭାରତର ନୂତନ ପିଢ଼ିର ଗ୍ରାହକମାନଙ୍କୁ ଆକର୍ଷିତ କରିବାରେ ସଫଳ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri