ବିବାହ ଭେନ୍ୟୁ ସ୍ଥିର କଲେ କିଆରା-ସିଦ୍ଧାର୍ଥ!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଚଳତ ବର୍ଷ ନୁହେଁ ବରଂ ଆସନ୍ତା ବର୍ଷ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ଏବେ ଏମାନଙ୍କର ବିବାହ ଭେନ୍ୟୁ ସ୍ଥିର ହୋଇ ସାରିଛି । ବିବାହ ପାଇଁ କପୁଲ ଦୁଇଟି ମହତ୍ୱପୂର୍ଣ୍ଣ ସ୍ଥାନ ଉପରେ ଧ୍ୟାନ କେନ୍ଦ୍ରୀତ କରିଛନ୍ତି । କେବଳ ସେତିକି ନୁହେଁ ଉଭୟ ମାଲହୋତ୍ରା ଓ ଆଡଭାନୀ ପରିବାର ୱେଡିଂ ଭେନ୍ୟୁକୁ ନେଇ ବିଚାର କରୁଥିବା ଶୁଣିବାକୁ ମିଳିଛି ।
ସୂଚନାଯୋଗ୍ୟ, ସିଡ-କିଆରାଙ୍କ ୱେଡିଂ ଭେନ୍ୟୁ ଗୋଟିଏ ଚଣ୍ଡିଗଡ଼ରେ ଦ ଓବରୟ ସୁଖବିଲାସରେ ହେବ । ଏହା ରାଜଧାନୀ ଦିଲ୍ଲୀରୁ ପାଖହେବ । ସିଦ୍ଧାର୍ଥଙ୍କ ପରିବାର ଦିଲ୍ଲୀରେ ରହୁଥିବାରୁ ଏହା ତାଙ୍କ ପାଇଁ ସୁବିଧା ଜନକ ହେବ । ଏହାପରେ ମୁମ୍ବାଇରେ ଅତିଥି ଓ ସାଙ୍ଗସାଥିଙ୍କ ପାଇଁ ଏକ ଭବ୍ୟ ସ୍ୱାଗତ ସମାରୋହର ଆୟୋଜନ କରାଯିବ ।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରିଡ ଓ କିଆରାଙ୍କ ପରିବାର ଏବେ ଗେଷ୍ଟଙ୍କ ଫାଇନାଲ ଲିଷ୍ଟ ପସ୍ତୁତ କରୁଛନ୍ତି । ଏଥିରେ ଫିଲ୍ମ ଇଣ୍ଡଷ୍ଟ୍ରିର ସାଥି ଯେଉଁମାନଙ୍କ ମଧ୍ୟରେ କେତେଜଣ କଳାକାର ଓ ଫିଲ୍ମ ନିର୍ମାତା ସାମିଲ ଅଛନ୍ତି । ଏମାନଙ୍କ ମଧ୍ୟରେ କରଣ ଜୋହର ଓ ଅଶ୍ୱିନୀ ୟାର୍ଡିଙ୍କ ନାମ କୁଆଡେ ପକ୍କା ହୋଇସାରିଛି । ଷ୍ଟାର ବ୍ରିଗେଡରେ ବରୁଣ ଓଧ୍ୱନ, ଭିକ୍କି କୌଶଲ, କ୍ୟାଟ୍ରିନା କୈଫ, ରକୁଲ ପ୍ରୀତ ଆଦି ସାମିଲ ଅଛନ୍ତି । ଏବେ ସିଦ୍ଧାର୍ଥ ଓ କିଆରା ନିଜ ନିଜ ଶୁଟିଂରେ ବ୍ୟସ୍ତ ଅଛନ୍ତି । କିଆରା ରାମ ଚରଣଙ୍କ ସହ ଆରସି୧୫ର ଶୁଟିଂ କରୁଥିବା ବେଳେ ସିଦ୍ଧାର୍ଥ ରୋହିତ ସେଟ୍ଟିଙ୍କ ସହ ତାଙ୍କ ସିଡ୍ୟୁଲ ସମ୍ପୂର୍ଣ୍ଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?