କିଆରାଙ୍କୁ ଆୱାର୍ଡ ଡେଡିକେଟ କଲେ ସିଦ୍ଧାର୍ଥ

ମୁମ୍ବାଇ: ହିନ୍ଦୀ ସିନେମାର ସୁପରଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଓ ଅଭିନେତ୍ରୀ କିଆରା ଆଡଭାନୀ ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏବେ ଏହି ନ୍ୟୁଲି ୱେଡ କପୁଲ ଲାଇମଲାଇଟରେ ରହିଛନ୍ତି । ଗତ ରାତିରେ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଏକ ଆୱାର୍ଡ ସମାରୋହରେ ବେଷ୍ଟ ଷ୍ଟାଇଲ ପାଇଁ ଆୱାର୍ଡ ମିଳିଥିଲା । ଏହି ଆୱାର୍ଡକୁ ସିଡ ଅଭିନେତ୍ରୀ ତଥା ତାଙ୍କ ପତ୍ନୀ କିଆରା ଆଡଭାନୀଙ୍କୁ ଡେଡିକେଟ କରିଛନ୍ତି । ଏବେ ଏହାକୁ ନେଇ କିଆରାଙ୍କ ରିଆକ୍ସନ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ।
ଶୁକ୍ରବାର ବିଳମ୍ବିତ ରାତିରେ ବଲିଉଡ ହଙ୍ଗାମା ଷ୍ଟାଇଲ ଆଇକନ ଆୱାର୍ଡ ସମାରୋହର ଆୟୋଜନ ମୁମ୍ବାଇରେ କରାଯାଇଥିଲା । ଏହି ଆୱାର୍ଡ ଫଙ୍କସନ ସମୟରେ ସିଦ୍ଧାର୍ଥଙ୍କୁ ବେଷ୍ଟ ଷ୍ଟାଇଲର ଖାସ ସମ୍ମାନ ମିଳିଥିଲା । ଏହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏଥିରେ ଦେଖାଯାଇଛି କି ଆୱାର୍ଡ ନେବା ସମୟରେ ସିଦ୍ଧାର୍ଥ କହୁଛନ୍ତି ବିବାହ ପରେ ଏହା ମୋର ଦ୍ୱିତୀୟ ଆୱାର୍ଡ । ପ୍ରଥମଟି ବେଷ୍ଟ ଆକ୍ଟର ଭାବେ ମିଳିଥିଲା ଆଉ ଏବେ ବେଷ୍ଟ ଷ୍ଟାଇଲ ଭାବେ ମିଳିଛି ।
ସେଥିପାଇଁ ମୋତେ ଲାଗୁଛି ମୋ ସ୍ତ୍ରୀ ଖୁବ ଖୁସି ହେବେ, କାରଣ ସେ ନିଜେ ଜଣେ ଭଲ ଅଭିନେତ୍ରୀ ଓ ବେହଦ ଷ୍ଟାଇଲିସ ବି । ଆଉ ବାକି ସେହି ଡିଜାଇନର ଯାହାଙ୍କ ନିକଟକୁ ମୁଁ ଯାଏ କୁଲ ଦେଖାଯିବାକୁ । ଏଭଳି ଭାବେ ସିଡ ତାଙ୍କ ଆୱାର୍ଡକୁ କିଆରାଙ୍କୁ ଡେଡିକେଟ କରିଛନ୍ତି ।
ଏହି ଭିଡିଓକୁ ଏବେ କିଆରା ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଶେୟାର କରିଛନ୍ତି । ଭିଡିଓ ସହ ହାର୍ଟ ଇମୋଜି ଦେଇ କିଆରା ଲେଖିଛନ୍ତି, ‘ୟେହ ଆଦମି ମେରା ପୁରା ଦିଲ ହୈ । ଏହିଭଳି ଭାବେ କିଆରା ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ପ୍ରଶଂସା କରିବା ସହ ନିଜ ମନର କଥା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri