ବିବାହ ନ କରି ବି ଏକାଠି ରହି ହେବ: କିଆରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନିଙ୍କ ଏକ ବୟାନ ଏବେ ଚର୍ଚ୍ଚାର ପରିସରକୁ ଆସିଯାଇଛି । କିଆରା କହିଛନ୍ତି ବିବାହ ବିନା ଜଣେ ୱେଲ ସେଟେଲ ହୋଇ ପାରିବ । ତେବେ ଅଭିନେତ୍ରୀଙ୍କ ଏହି ବୟାନ ସିଧାସାଳଖ ତାଙ୍କ ପୁରୁଷ ବନ୍ଧୁଙ୍କ ଆଡକୁ ଇଙ୍ଗିତ କରୁଛି ବୋଲି କୁହାଯାଉଛି । କିଆରା ଏବେ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ରିଲେସନଶିପରେ ଅଛନ୍ତି ବୋଲି କୁହାଯାଉଛି । ହେଲେ ଏକଥା ନା କିଆରା ନା ସିଦ୍ଧାର୍ଥ କେହି ବି ସ୍ପଷ୍ଟ କରି ନାହାନ୍ତି । ଅନେକ ଥର ଉଭୟଙ୍କୁ ସ୍ପଟ କରାଯାଇଥିଲେ ବି ଏହି ରିଲେଶନକୁ ନେଇ କେହି ମୁହଁ ଖୋଲୁ ନାହାନ୍ତି । ଉଭୟଙ୍କୁ କିଛି ବିବାହ ଉତ୍ସବରେ ବି ଏକାଠି ଦେଖିବାକୁ ମିଳିଛି । ଆଉ ଏବେ କିଆରା ଯାହା କହିଛନ୍ତି ଯେ ଜଣେ ବିବାହ ବିନା ବି ୱେଲ ସେଟେଲ ହୋଇପାରେ ଏହା ଟିକେ ତାଙ୍କ ଆଡକୁ ଇଙ୍ଗିତ କରୁଛି ବୋଲି ଅନୁମାନ କରାଯାଉଛି ।
କିଛିଦିନ ପୂର୍ବରୁ ଶୁଣିବାକୁ ମିଳିଥିଲା କି କିଆରା ଆଉ ସିଦ୍ଧାର୍ଥ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି । ହେଲେ କିଛିଦିନ ପରେ ପୁଣି ଏମାନଙ୍କୁ ଏକାଠି ଦେଖିବାକୁ ମିଳିଥିଲା । ହୁଏତ ଦେଖେଣାହାରୀଙ୍କ ମନରେ ଭ୍ରମ ସୃଷ୍ଟି କରିବାକୁ ଏମିତି କରାଯାଇଥାଇପାରେ ବୋଲି କୁହାଗଲା । ସେ ଯାହା ବି ହେଉ ନିକଟରେ ଉଭୟ ଭୁଲ ଭୁଲେୟା ୨ର ପ୍ରିମିୟରରେ ନଜର ଆସିଥିଲେ । ଏମିତି ଅନୁମାନ କରାଯାଉଥିଲା କି କିଆରା ଓ ସିଦ୍ଧାର୍ଥଙ୍କ ମନୋମାଳିନ୍ୟ ବୋଧହୁଏ ଶେଷ ହୋଇଯାଇଛି । ଆଉ ଉଭୟ ପୁଣି ଏକାଠି ହୋଇଯାଇଛନ୍ତି । ଏବେ କିଆରାଙ୍କ ବୟାନ କହୁଛି ଯେ ସେ ବିବାହ ନ କରି ବୋଧହୁଏ ସିଦ୍ଧାର୍ଥଙ୍କ ସହ ଭଲରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?