ଥିଏଟରରେ ରିଲିଜ୍‌ ହେବ କିଆରାଙ୍କ ଅଭିନୀତ ଫିଲ୍ମ

ମୁମ୍ବାଇ: କରୋନା କାଳ ମଧ୍ୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦର୍ଶକଙ୍କ ମନୋରଞ୍ଜନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସିନେମା ହଲ୍‌ ଖୋଲିବାକୁ ଅନୁମତି ଦେଇଛନ୍ତି। ଏଭଳି ସ୍ଥିତିରେ ବଲିଉଡ୍‌ ଫିଲ୍ମ ଅନ୍‌ଲାଇନ୍‌ ପରିବର୍ତ୍ତେ ଏବେ ବଡ଼ ପରଦାରେ ରିଲିଜ୍‌ ହେବ। ଏହିକ୍ରମରେ ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀଙ୍କ ଅଭିନୀତ ଫିଲ୍ମ ‘ଇନ୍ଦୁ କି ଜଓ୍ବାନି’ ଡିସେମ୍ବର ୧୧ରେ ରିଲିଜ୍‌ ହେବ ବୋଲି ଶୁଣିବାକୁ ମିଳିଛି। ଏହି ଫିଲ୍ମକୁ ନେଇ କିଆରା ବେଶ୍‌ ଉତ୍ସାହିତ ଥିବା ବେଳେ ସୋସିଆଲ ମିଡିଆରେ ଏହାର ପ୍ରମୋସନ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ଅବିର ସେନଗୁପ୍ତାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ କିଆରାଙ୍କ ସହ ଆଦିତ୍ୟ ସିଲ୍‌ ମଧ୍ୟ ନଜର ଆସିବେ। ପ୍ରଥମ ଥର ପାଇଁ ଏହି ୨ଯୋଡି ଏକାସାଙ୍ଗରେ ସିଲଭର ସ୍କ୍ରିନ୍‌ରେ ନିଜର ଅଭିନୟ ଯାଦୁ ଦେଖାଇବେ। ବର୍ତ୍ତମାନ ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ଭୟକୁ ଦୃଷ୍ଟିରେ ରଖି ଗତ କିଛି ମାସରୁ ସିନେମା ହଲ୍‌ ବନ୍ଦ ଥିବା ବେଳେ ଫିଲ୍ମ ଶୁଟିଂ ମଧ୍ୟ ମଧ୍ୟ ରହିଥିଲା। ତେବେ ଅନ୍‌ଲକ୍‌-୬.୦ରେ ଲୋକଙ୍କ ଜୀବନ ଓ ଜୀବିକାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ସିନେମା ହଲ୍‌ ଓ କରୋନା କଟକଣା ମାନିବା ସହ ସାମାଜିକ ଦୂରତ୍ୱ ବଜାୟ ରଖି ଫିଲ୍ମ ଶୁଟିଂ କରିବାକୁ ଅନୁମତି ଦେଇଛନ୍ତି। ଏହା ପୂର୍ବରୁ ବଡ଼ ବଡ଼ ହାଇବଜେଟ ଫିଲ୍ମ ଥିଏଟର ପରିବର୍ତ୍ତେ ଅନ୍‌ଲାଇନ୍‌ ବା ଓଟିଟିରେ ରିଲିଜ୍‌ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri