୯୮ ହଜାର ଟଙ୍କାର ମିନି ସ୍କଟ ପିନ୍ଧି ଚର୍ଚ୍ଚାରେ କିଆରା

ମୁମ୍ବାଇ: ବଲିଉଡ କୁଇନ କିଆରା ଆଡଭାନୀ ଏବେ କାର୍ତ୍ତିକ ଆର୍ଯ୍ୟନଙ୍କ ସହ ତାଙ୍କ ଅପକମିଂ ମୁଭି ‘ସତ୍ୟପ୍ରେମ କି କଥା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମର ପ୍ରମୋଶନ ଇଭେଣ୍ଟରେ କିଆରା ପ୍ରତିଦିନ ଏକ ସେ ବଢକର ଏକ ସାଦନାର ଲୁକରେ ନଜର ଆସୁଛନ୍ତି। ନିକଟରେ ତାଙ୍କୁ ହ୍ବାଇଟ ଟପ ଓ ହ୍ବାଇଟ ସ୍କଟରେ ସ୍ପଟ କରାଯାଇଛି। ଏହି ମିନି ସ୍କଟ ଜ୍ୟାକ୍ୱେମସ ବ୍ରାଣ୍ଡର। ଏହାର ପ୍ରାଇସକୁ ନେଇ ଏବେ ଚର୍ଚ୍ଚା ହେଉଛି।
କିଆରା ତାଙ୍କ ବିୟୁଟିଫୁଲ ଲୁକର କିଛି ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ଆକ୍ଟ୍ରେସ ହ୍ବାଇଟ ଆଉଟ ଫିଟରେ ଖୁବ ସୁନ୍ଦର ଲାଗୁଛନ୍ତି। ଏସବୁ ଫଟୋ ଶେୟା କରି ଅଭିନେତ୍ରୀ କ୍ୟାପଶନରେ ଏକ ହାର୍ଟ ଇମୋଜି ଶେୟାର କରିଛନ୍ତି। ଅଭିନେତ୍ରୀଙ୍କ ଏହି ଲୁକକୁ ପ୍ରଶଂସକ ଖୁବ ପସନ୍ଦ କରିଛନ୍ତି।
କିଆରା ମିନି ସ୍କଟ ଉପରେ ଏକ ଅଫ ହ୍ବାଇଟ କଲର ସ୍କିନ ଫିଟ ଟପ ପେୟାର କରିଛନ୍ତି। ତେବେ ଏହି ସ୍କଟର ଦାମ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କୁହାଯାଉଛି କି କିଆରା ପିନ୍ଧିଥିବା ମିନି ସ୍କଟର ଦାମ କୁଆଡେ ୯୮,୦୫୫ ଟଙ୍କା।
ସୂଚନାଯୋଗ୍ୟ, କିଆରା ଆଡଭାନୀ ଓ କାର୍ତ୍ତିକ ଆର୍ଯ୍ୟନ ‘ଭୁଲ ଭୁଲେୟା’ ପରେ ‘ସତ୍ୟପ୍ରେମ କି କଥା’ ମାଧ୍ୟମରେ ବଡ ପରଦାରେ ଧମାଲ କରିବାକୁ ରେଡି ହୋଇ ଯାଇଛନ୍ତି। ଫିଲ୍ମ ଜୁନ ୨୯ରେ ଥିଏଟରରେ ରିଲିଜ ହେବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲାଣି। ଏଥିରେ କାର୍ତ୍ତିକ କିଆରାଙ୍କ ବ୍ୟତୀତ ସୁପ୍ରିୟା ପାଠକ କପୁର, ଗଜରାଜ ରାଓ, ସିଦ୍ଧାର୍ଥ ରଂଘେରିୟା, ଅନୁରାଧା ପଟେଲ, ରାଜପାଲ ଯାଦବ, ନିର୍ମିତ ସାଓ୍ବନ୍ତ ଓ ଶିଖ ତଲସାନିଆ ବି ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri